କ୍ୱାରାଣ୍ଟାଇନ୍‌ ଅବଧି ପରେ ପ୍ରବାସୀଙ୍କୁ ମିଳିବ କର୍ମନିଯୁକ୍ତି

ଛତ୍ରପୁର,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରବାସୀଙ୍କ ଆସିବା ଜାରି ରହିଛ। ଜିଲାକୁ ଫେରିବାପରେ ସେମାନଙ୍କୁ ବିଭିନ୍ନ ପଞ୍ଚାୟତ ଓ ସହରାଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଉଛି। ଅପରପକ୍ଷରେ ଏମାନଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିବାପରେ କର୍ମ ନିଯୁକ୍ତି ଚିନ୍ତା ରହିବ। ଏଥିଲାଗି ପ୍ରଶାସନ ପକ୍ଷରୁ କର୍ମନିଯୁକ୍ତି ବ୍ୟବସ୍ଥା କରାଯାଇଛି ା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ଏମାନେ ଚାହିଁଲେ କାମକରି ରୋଜଗାରକ୍ଷମ ହୋଇପାରିବେ ା ଯାହାର ଏହି ଯୋଜନାରେ ଜବ୍‌କାର୍ଡ ନାହିଁ ସେମାନଙ୍କୁ ପ୍ରଦାନ ପାଇଁ ସମସ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା ଏଥିସହ ଉକ୍ତ ଯୋଜନାରେ କାମ ଯୋଗାଇ ଦେବାକୁ କୁହାଯାଇଛି ା କୋଭିଡ୍‌-୧୯ବେଳେ ଏମ୍‌ଜିଏନ୍‌ଆରଇଜିଏସ୍‌ର ବଳିଷ୍ଠ ଭୂମିକା ରହିଛି ା ବିଶେଷକରି ଗଞ୍ଜାମ ଜିଲାକୁ ଫେରିଥିବା ପ୍ରବାସୀଙ୍କୁ ଏଥିରେ କର୍ମ ନିଯୁକ୍ତି ମିଳିବ ା ଉକ୍ତ ଯୋଜନାରେ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇ କାମ ଏବେ ସମସ୍ତ ପଞ୍ଚାୟତରେ ଚାଲିଥିବା ଡିଆରଡିଏ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଯୋଜନାରେ ପୋଖରୀ ଉନ୍ନତୀକରଣ, କେନାଲ ରାସ୍ତା, ଜମି ସମତଳ, ଖେଳପଡିଆ, ଆଦର୍ଶ ଗୁହାଳ, ଜଳ ସଂରକ୍ଷଣ, ଆଦର୍ଶ ପୋଖରୀ, ଗଭୀର କୂପ ଓ ଫାର୍ମ ପୋଖରୀ ଆଦି ଚାଲିଥିବା ଦେଖିବାକୁ ମଳିଛି ା ଅପରପକ୍ଷରେ କୋଭିଡ୍‌-୧୯ ଗାଇଡ୍‌ଲାଇନ୍‌କୁ ପାଳନ କରି ଏହି କାମ କରିବା ବେଳେ ଶ୍ରମିକମାନେ ସାମାଜିକ ଦୂରତ୍ୱ ରକ୍ଷା କରୁଛନ୍ତି ା ବ୍ଲକ ଓ ପଞ୍ଚାୟତ ପକ୍ଷରୁ ଏହାର ମନିଟରିଂ କରାଯାଉଛି ା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ମଧ୍ୟ କେତେକ ଏହି ଯୋଜନାରେ କାମ କରିବା ପାଇଁ ଜବ୍‌କାର୍ଡ ପଞ୍ଚାୟତ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?