କ୍ୱାରାଣ୍ଟାଇନ୍‌ କେନ୍ଦ୍ର ବୁଲି ଦେଖିଲେ ଆରକ୍ଷୀ ଉପ ମହାନିର୍ଦ୍ଦେଶକ

ପଟ୍ଟାଙ୍ଗି,୪ା୫(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟର ଲୋକେ ଓ ଛାତ୍ରୀଛାତ୍ର ଅନ୍ୟ ରାଜ୍ୟରେ ଫସିରହିଛନ୍ତି। ଏବେ ଏମାନଙ୍କୁ ନିଜ ରାଜ୍ୟକୁ ଫେରାଇ ନେବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହିକ୍ରମରେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର ଆନ୍ଧ୍ର ସୀମାନ୍ତ ସୁଙ୍କି ପଞ୍ଚାୟତକୁ ଜିଲାସ୍ତରର ଅଧିକାରୀ ଗସ୍ତ କରି ସୁରକ୍ଷା ବ୍ୟବସ୍ଥା ତଦାରଖ କରୁଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ଆରକ୍ଷୀ ଉପ ମହାନିର୍ଦ୍ଦେଶକ ସଫିନ. ଅହମ୍ମଦ କେ ଏବଂ ଆରକ୍ଷୀ ଅଧୀକ୍ଷକ ମୁକେଶ କୁମାର ଭାମୋ ଏହି ପଞ୍ଚାୟତକୁ ଗସ୍ତ କରି ପ୍ରବାସୀ ଓଡ଼ିଆଙ୍କ ରହିବା ପାଇଁ ଏମ୍‌ଇ ସ୍କୁଲ ପରିସରରେ ହୋଇଥିବା କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଥିଲେ। ଏହା ସହିତ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋନାଲିସା ଦେବତା, ଅତିରିକ୍ତ ତହସିଲଦାର ମହାଦେବ ଭତ୍ରା ଏବଂ ସରପଞ୍ଚ ସୀମାଦ୍ରି ଜାନିଙ୍କ ସହ ଆଲୋଚନା କରିଥିଲେ। ପରେ ମହକୁମାରେ ନୂତନ ଥାନା ପାଇଁ ଆରମ୍ଭ ହୋଇଥିବା ନିର୍ମାଣ କାର୍ଯ୍ୟସ୍ଥଳୀକୁ ଗସ୍ତ କରି ଉକ୍ତ ସ୍ଥାନର ସ୍ଥିତିକୁ ଅନୁଧ୍ୟାନ କରି ଜିଲା ସଦର ମହକୁମା ଅଭିମୁଖେ ଫେରିଯାଇଥିଲେ। ଏହି ଗସ୍ତ ସମୟରେ ସୁନାବେଡା ଏସ୍‌ଡିପିଓ ନିରଞ୍ଜନ ବେହେରା, ଥାନା ଅଧିକାରୀ ବିଜୟ ରାଜ ମାଝି, ଭାସ୍କର ଗୋମାଙ୍ଗ, ତିଲକ ଖେମୁଣ୍ଡୁ, ଦିବାକର ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri