କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଅବ୍ୟବସ୍ଥା: ପ୍ରତିବାଦ କଲେ ଅନ୍ତେବାସୀ

କପ୍ତିପଦା,୧୭ା୫(ଡି.ଏନ୍‌.ଏ.)- କରେନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରତ୍ୟେକ ବ୍ଲକ୍‌ ଓ ପଞ୍ଚାୟତସ୍ତରରେ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲାଯାଇଛି। ଏଥିପାଇଁ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରାଯାଇଛି। ଏଠାରେ ପ୍ରବାସୀ ଓଡ଼ିଆଙ୍କୁ ସଙ୍ଗରୋଧରେ ରଖାଯିବା ସହ ସେମାନଙ୍କ ଖାଇବା, ପିଇବା, ଆବଶ୍ୟକ ସାମଗ୍ରୀ, ଔଷଧ ଓ ସ୍ବାସ୍ଥ୍ୟ ପରୀକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ମାତ୍ର ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ କ୍ୱାରାଣ୍ଟାଇନ କେନ୍ଦ୍ରରେ ଅବ୍ୟବସ୍ଥା ପରିଲ୍ଲଖିତ ହେଉଥିବା ଅନ୍ତେବାସୀମାନେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ଶନିବାର ସେମାନେ କ୍ୱାରାଣ୍ଟାଇନ୍‌ କେନ୍ଦ୍ର ଗେଟ ସମ୍ମୁଖକୁ ଆସି ହୋହଲ୍ଲା କରିବାରୁ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଅଭିଯୋଗ ଅନୁଯାୟୀ, ଅନ୍ୟ ରାଜ୍ୟରୁ ଆସି ପହଞ୍ଚିବା ପରେ ରେଜିଷ୍ଟ୍ରେସନ ପାଇଁ ସେମାନଙ୍କୁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡୁଛି। ସେମାନଙ୍କୁ ଶଯ୍ୟା, ଆବଶ୍ୟକ ସାମଗ୍ରୀ ଏବଂ ଔଷଧ ଠିକ୍‌ ଭାବେ ଯୋଗାଯାଉ ନାହିଁ। ଯାହାକୁ ନେଇ ଅନ୍ତେବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗତ ୧୨ ତାରିଖରେ ୪୫ ପ୍ରବାସୀ ଗୁଜରାଟରୁ ଫେରିଥିବା ବେଳେ ସେମାନଙ୍କ ପାଇଁ ମାତ୍ର ୨୧ଟି ଶଯ୍ୟାର ବ୍ୟବସ୍ଥା କରାଯାଇଥିଲା। ଶୁକ୍ରବାର ରାତିରେ ସେମାନଙ୍କ ମଧ୍ୟରୁ ୯ ଜଣଙ୍କୁ ଖାଦ୍ୟ ଦିଆଯାଇ ନ ଥିଲା। ରାତି ୨ଟାରେ ଥାନାଧିକାରୀ ସଞ୍ଜୟ କୁମାର ପ୍ରଧାନ ସେମାନଙ୍କ ପାଇଁ ଶୁଖିଲା ଖାଦ୍ୟର ବ୍ୟବସ୍ଥା କରିଥିବା ସେମାନେ କହିଛନ୍ତି।
ଏ ସମ୍ପର୍କରେ ଦାୟିତ୍ୱରେ ନୋଡାଲ୍‌ ଅଫିସର ଗୌରଚନ୍ଦ୍ର ସେଠୀଙ୍କୁ ପଚାରିବାରୁ ସେ ଅଭିଯୋଗକୁ ସ୍ବୀକାର କରିଛନ୍ତି। ସମସ୍ୟା ରହୁଛି, ତାହାକୁ ସମାଧାନ କରି କାମ କରାଯାଉଥିବା କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ମୟୂରଭଞ୍ଜ ଜିଲାରେ ଚିହ୍ନଟ ହୋଇଥିବା ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କପ୍ତିପଦା ବ୍ଲକ୍‌ ଅଞ୍ଚଳର। ଏହି ବ୍ଲକକୁ ମୋଟ ୫୫୪୨ଜଣ ପ୍ରବାସୀ ଓଡ଼ିଆ ଫେରିବା ପାଇଁ ପଞ୍ଜୀକରଣ କରିଥିବାବେଳେ ୨୬ଟି ପଞ୍ଚାୟତର ୩୧ଟି ସଙ୍ଗରୋଧ କେନ୍ଦ୍ରରେ ମାତ୍ର ୧୩୫୦ଟି ଏବଂ ବ୍ଲକ୍‌ ସଙ୍ଗରୋଧ କେନ୍ଦ୍ରରେ ଥିବା ୨୦୦ ଶଯ୍ୟାକୁ ମିଶାଇ ମୋଟ ୧୫୫୦ଟି ଶଯ୍ୟା ପ୍ରସ୍ତୁତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri