କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ୧୪୪

ବାରିପଦା ଅଫିସ,୨୫ା୫- ମହାମାରୀ କରୋନା ଭୂତାଣୁର ସଂକ୍ରମଣ ପ୍ରତିରୋଧ ଉଦ୍ଦେଶ୍ୟରେ ମୟୂରଭଞ୍ଜ ଜିଲାର ସମସ୍ତ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର (ଟିଏମ୍‌ସି), କ୍ୱାରାଣ୍ଟାଇନ୍‌ ଓ ଆଇସୋଲେଶନ କେନ୍ଦ୍ରରେ ୧୪୪ ଧାରା ଜାରି କରାଯାଇଛି। ସତର୍କତା ପଦକ୍ଷେପ ସ୍ବରୂପ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ଗୁରୁତ୍ୱ ଦିଆଯାଇଥିବା ବେଳେ ଉକ୍ତ କେନ୍ଦ୍ରକୁ ଆବଶ୍ୟକ ନ ଥାଇ ବାହାର ଲୋକ ଆସୁଥିବାରୁ ସମସ୍ତ ଟିଏମ୍‌ସି କେନ୍ଦ୍ରକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ଏହି କେନ୍ଦ୍ରର ୫୦ ମିଟର ପରିଧି ଅଞ୍ଚଳରେ ୧୪୪ ଧାରା ନିର୍ଦ୍ଦେଶନାମା ଅନ୍ୟାଦେଶ ପର୍ଯ୍ୟନ୍ତ ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଛି। ଉକ୍ତ ଟିଏମ୍‌ସି ସମେତ ସମଗ୍ର ଜିଲାରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜାରି କରାଯାଇଛି। ସେହିଭଳି ଜିଲାର ସମସ୍ତ ସ୍କୁଲ, କଲେଜ, ଶିକ୍ଷାନୁଷ୍ଠାନ, ତାଲିମ କେନ୍ଦ୍ର, କୋଚିଂ ପ୍ରତିଷ୍ଠାନ ଆଦି ପୂର୍ବପରି ବନ୍ଦ ରହିବ। ହୋଟେଲ, ରେଷ୍ଟୁରାଣ୍ଟ ଓ ଅନ୍ୟାନ୍ୟ ଅତିଥି ସେବା କ୍ଷେତ୍ରରେ ପୂର୍ବଭଳି କଟକଣା ବଳବତ୍ତର ରହିବ। ସିନେମା ହଲ୍‌, ଶପିଂ ମଲ୍‌, ଜିମ୍‌, ଅବସର ବିନୋଦନ ପାର୍କ, ଥିଏଟର, ବାର୍‌ ଏବଂ ଅଡିଟୋରିୟମ ଆଦି ଜନସମାଗମ ସ୍ଥାନକୁ ବନ୍ଦ ରଖାଯାଇଛି। ସ୍ପୋଟର୍‌ସ କମ୍ପ୍ଲେକ୍ସ, ଷ୍ଟାଡିୟମ, କ୍ରୀଡ଼ା କସରତ ଆଦି କାର୍ଯ୍ୟକ୍ରମକୁ କ୍ରୀଡ଼ାବିତ୍‌ ଓ ଖେଳାଳିମାନଙ୍କ ପାଇଁ ଅନୁମତି ଦିଆଯାଇଥିବାବେଳେ ଦର୍ଶକଙ୍କ ପାଇଁ କଟକଣା ଲାଗୁ ରହିଛି। ଅନୁମତିପ୍ରାପ୍ତ ଦୋକାନ, ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ଉଲ୍ଲେଖଯୋଗ୍ୟ ଯେ, କରୋନା ସନ୍ଦେହରେ ଜିଲାର ୩୬୪୬ ଜଣଙ୍କ ସ୍ବାବ୍‌ ସଂଗ୍ରହ ପରେ ପରୀକ୍ଷା ପାଇଁ ପଠାଯାଇଥିଲା। ରବିବାର ସୁଦ୍ଧା ସେଥିମଧ୍ୟରୁ ୩୫୦୮ ଜଣଙ୍କ ରିପୋର୍ଟ ଆସିଥିବା ବେଳେ ୩୪୯୪ଟି ରିପୋର୍ଟ ନେଗେଟିଭ୍‌ ଓ ୧୪ଟି ପଜିଟିଭ୍‌ ଆସିଛି। ୧୩୮ଟି ରିପୋର୍ଟ ଅପେକ୍ଷାରେ ରହିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ ସୁସ୍ଥହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ ଆଉ ୫ ଜଣ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri