କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ୧୪୪

ବାରିପଦା ଅଫିସ,୨୫ା୫- ମହାମାରୀ କରୋନା ଭୂତାଣୁର ସଂକ୍ରମଣ ପ୍ରତିରୋଧ ଉଦ୍ଦେଶ୍ୟରେ ମୟୂରଭଞ୍ଜ ଜିଲାର ସମସ୍ତ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର (ଟିଏମ୍‌ସି), କ୍ୱାରାଣ୍ଟାଇନ୍‌ ଓ ଆଇସୋଲେଶନ କେନ୍ଦ୍ରରେ ୧୪୪ ଧାରା ଜାରି କରାଯାଇଛି। ସତର୍କତା ପଦକ୍ଷେପ ସ୍ବରୂପ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ଗୁରୁତ୍ୱ ଦିଆଯାଇଥିବା ବେଳେ ଉକ୍ତ କେନ୍ଦ୍ରକୁ ଆବଶ୍ୟକ ନ ଥାଇ ବାହାର ଲୋକ ଆସୁଥିବାରୁ ସମସ୍ତ ଟିଏମ୍‌ସି କେନ୍ଦ୍ରକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ଏହି କେନ୍ଦ୍ରର ୫୦ ମିଟର ପରିଧି ଅଞ୍ଚଳରେ ୧୪୪ ଧାରା ନିର୍ଦ୍ଦେଶନାମା ଅନ୍ୟାଦେଶ ପର୍ଯ୍ୟନ୍ତ ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଛି। ଉକ୍ତ ଟିଏମ୍‌ସି ସମେତ ସମଗ୍ର ଜିଲାରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜାରି କରାଯାଇଛି। ସେହିଭଳି ଜିଲାର ସମସ୍ତ ସ୍କୁଲ, କଲେଜ, ଶିକ୍ଷାନୁଷ୍ଠାନ, ତାଲିମ କେନ୍ଦ୍ର, କୋଚିଂ ପ୍ରତିଷ୍ଠାନ ଆଦି ପୂର୍ବପରି ବନ୍ଦ ରହିବ। ହୋଟେଲ, ରେଷ୍ଟୁରାଣ୍ଟ ଓ ଅନ୍ୟାନ୍ୟ ଅତିଥି ସେବା କ୍ଷେତ୍ରରେ ପୂର୍ବଭଳି କଟକଣା ବଳବତ୍ତର ରହିବ। ସିନେମା ହଲ୍‌, ଶପିଂ ମଲ୍‌, ଜିମ୍‌, ଅବସର ବିନୋଦନ ପାର୍କ, ଥିଏଟର, ବାର୍‌ ଏବଂ ଅଡିଟୋରିୟମ ଆଦି ଜନସମାଗମ ସ୍ଥାନକୁ ବନ୍ଦ ରଖାଯାଇଛି। ସ୍ପୋଟର୍‌ସ କମ୍ପ୍ଲେକ୍ସ, ଷ୍ଟାଡିୟମ, କ୍ରୀଡ଼ା କସରତ ଆଦି କାର୍ଯ୍ୟକ୍ରମକୁ କ୍ରୀଡ଼ାବିତ୍‌ ଓ ଖେଳାଳିମାନଙ୍କ ପାଇଁ ଅନୁମତି ଦିଆଯାଇଥିବାବେଳେ ଦର୍ଶକଙ୍କ ପାଇଁ କଟକଣା ଲାଗୁ ରହିଛି। ଅନୁମତିପ୍ରାପ୍ତ ଦୋକାନ, ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ଉଲ୍ଲେଖଯୋଗ୍ୟ ଯେ, କରୋନା ସନ୍ଦେହରେ ଜିଲାର ୩୬୪୬ ଜଣଙ୍କ ସ୍ବାବ୍‌ ସଂଗ୍ରହ ପରେ ପରୀକ୍ଷା ପାଇଁ ପଠାଯାଇଥିଲା। ରବିବାର ସୁଦ୍ଧା ସେଥିମଧ୍ୟରୁ ୩୫୦୮ ଜଣଙ୍କ ରିପୋର୍ଟ ଆସିଥିବା ବେଳେ ୩୪୯୪ଟି ରିପୋର୍ଟ ନେଗେଟିଭ୍‌ ଓ ୧୪ଟି ପଜିଟିଭ୍‌ ଆସିଛି। ୧୩୮ଟି ରିପୋର୍ଟ ଅପେକ୍ଷାରେ ରହିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ ସୁସ୍ଥହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ ଆଉ ୫ ଜଣ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri