କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ

ସଜନାଗଡ଼,୨୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଯୁବତୀଙ୍କୁ ଗାଧୁଆ ଘରେ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ରତ୍ନାକର ଜେନା ନାମକ ଯୁବକଙ୍କୁ ପୋାଲିସ ଗିରଫ କରିଛି। ଏନେଇ ଥାନାରେ ମାମଲା(ନଂ.୪୯/୨୦) ରୁଜୁ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ନୀଳଗିରି ତହସିଲଦାର ଅଶେଷ ନାୟକ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ପୂର୍ବାହ୍ନ ସମୟରେ ରତ୍ନାକର କ୍ୱାରାଣ୍ଟାଇନ୍‌ କେନ୍ଦ୍ର ମଧ୍ୟକୁ ପଶି ଗାଧୁଆ ଘରେ ବଳାତ୍କାର ଉଦ୍ୟମ କରିଥିଲେ। ଯୁବତୀ ଜଣକ ପାଟି କରିବାରୁ କେନ୍ଦ୍ରରେ ଥିବା ଅନ୍ୟ ୩ଜଣ ମହିଳା ଦୌଡ଼ି ଆସିଥିଲେ। ସମ୍ପୃକ୍ତ ଯୁବକ ଘଟଣାସ୍ଥଳରୁ ଖସି ପଳାଇବା ପାଇଁ ଚେଷ୍ଟା କରୁଥିବା ବେଳେ ଅନ୍ୟମାନେ ତାଙ୍କୁ କାବୁ କରି ଗଛରେ ବାନ୍ଧି ପକାଇଥିଲେ। ସମ୍ପୃକ୍ତ ଯୁବକ ଓ ତାଙ୍କୁ ସହଯୋଗ କରିଥିବା ଜଣେ ସୁରକ୍ଷାକର୍ମୀଙ୍କ ବିରୋଧରେ ପୀଡିତା ବରହମ୍‌ପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri