କ୍ୱାରାଣ୍ଟାଇନ୍‌ ପରେ ମିଳିଲା ମା’ଙ୍କ ଭଲପାଇବା

ମୁମ୍ବାଇ: ଲକ୍‌ଡାଉନ୍‌ରେ ବିମାନ ସେବା ଆରମ୍ଭ ହେବା ପରେ ବଲିଉଡ୍‌ ଅଭିନେତ୍ରୀ ରାଧିକା ମଦାନ ମେ’ ୨୬ରେ ମୁମ୍ବାଇରୁ ଦିଲ୍ଲୀରେ ପହଞ୍ଚିଥିଲେ। ସେ ଫ୍ଲାଇଟ୍‌ରେ ଆସିବାବେଳେ ବହୁ ସତର୍କତା ଅବଲମ୍ବନ କରିଥିଲେ। ସେ ଘରେ ପହଞ୍ଚି ୧୪ ଦିନ ପାଇଁ ନିଜକୁ ଆଇସୋଲେଶନରେ ରଖିଥିଲେ। ରାଧିକାଙ୍କ ଏହି କ୍ୱାରାଣ୍ଟାଇନ ପିରିୟଡ୍‌ ଜୁନ ୧୦ରେ ସରିଲା। ସେ ଏହାକୁ ନେଇ ଇନ୍‌ଷ୍ଟାଗ୍ରାମରେ ସେ ଏକ ପୋଷ୍ଟ ମଧ୍ୟ କରିଛନ୍ତି। ରାଧିକା ଏହି କ୍ୱାରାଣ୍ଟାଇନ୍‌ ସମୟକୁ ରାମଙ୍କ ୧୪ବର୍ଷ ବନବାସ ସହିତ ତୁଳନା କରିଛନ୍ତି। ସେ ଦୁଇଟି ଫଟୋ ଶେୟାର କରିଛନ୍ତି ଯେଉଁଥିରେ ତାଙ୍କ ମା’ ତାଙ୍କୁ କୋଳେଇ ଢେର ସାରା ଭଲ ପାଇବା ଦେଉଛନ୍ତି। ସେ ଆହୁରି ମଧ୍ୟ ଲେଖିଛନ୍ତି ଯେ, ଏହି କ୍ୱାରାଣ୍ଟାଇନ୍‌ ସମୟ ବଡ଼ କଠିନ। ନିଜ ଘରେ ଥାଇ ମଧ୍ୟ ମୋତେ ସମସ୍ତଙ୍କଠାରୁ ଅଲମା ରହିବାକୁ ପଡ଼ୁଥିଲା। ମୋତେ ମୋ ମା’ଙ୍କ ଠାରୁ ମଧ୍ୟ ଅଲଗା ରହିବାକୁ ପଡ଼ୁଥିଲା। ତାଙ୍କର ଟିକେ ଭଲ ପାଇବା ପାଇଁ ମୁଁ ଯେପରି ବିକଳ ହେଉଥିଲି। ଥ୍ୟାଙ୍କ୍‌ ଗଡ୍‌ ଏହି ଅବଧି ସରିଥିବାରୁ ମୁଁ ବହୁତ ଖୁସି।
ସୂଚନା ଥାଉ କି, ଚଳିତବର୍ଷ ମାର୍ଚ୍ଚ ୧୩ରେ ରିଲିଜ ହୋଇଥିବା ‘ଅଂରେଜୀ ମିଡିୟମ’ମୁଭିରେ ରାଧିକା ମଦାନଙ୍କୁ ଲିଡ୍‌ ରୋଲରେ ଦେଖିବାକୁ ମିଳିଥିଲା। ଏହି ମୁଭିରେ ସେ ବଲିଉଡ୍‌ ଅଭିନେତା ଇର୍‌ଫାନ ଖାନ୍‌ଙ୍କ ଝିଅର ଭୂମିକାରେ ନଜର୍‌ ଆସିଥିଲେ। ତେବେ ଏହା ଥିଲା ଇର୍‌ଫାନଙ୍କ ଜୀବନର ଶେଷ ଫିଲ୍ମ। ଆଗକୁ ଦୀନେଶ ବିଜନଙ୍କ ପ୍ରଡକ୍ସନରେ ନିର୍ମିତ ‘ଶିଦତ୍‌’ରେ ରାଧିକାଙ୍କୁ ଦେଖିବାକୁ ମଳିବ। ଏଥିରେ ସନି କୌଶଳ, ଡାଏନା ପୈଣ୍ଟି ଏବଂ ମୋହିତ ରୈନା ମଧ୍ୟ ନଜର୍‌ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri