କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଘରକୁ ଗଲେ ୧୧୯ ଜଣ, ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌

ଶେରଗଡ଼,୨୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟରେ ଗତ ୨୯ ଏପ୍ରିଲ୍‌ରୁ ସୁରଟରୁ ଆସିଥିବା ପ୍ରବାସୀମାନେ ରହିଥିଲେ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ବୁଧବାର ଏହି ସମସ୍ତଙ୍କୁ ଘରକୁ ଛଡ଼ାଯାଇଛି। ସେମାନେ ନିଜ ଘରେ ୭ ଦିନ କ୍ୱାରାଣ୍ଟାଇନ୍‌ରେ ରହିବେ। ଏଥି ନିମନ୍ତେ ଶେରଗଡ଼ ଆଦର୍ଶ ବିଦ୍ୟାଳୟରେ ଜିଲାପାଳଙ୍କ ଉପସ୍ଥିତିରେ କୋଭିଡ୍‌ ହିରୋ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଗତ ୨୯ରେ ପ୍ରଥମ କରି ସୁରଟରୁ ଆସିଥିବା ମୋଟ୍‌ ୧୧୯ ପ୍ରବାସୀ ଓଡ଼ିଆଙ୍କୁ ଆଦର୍ଶ ବିଦ୍ୟାଳୟରେ ରଖାଯାଇଥିଲା। ସେମାନଙ୍କର ଆଜି ୨୧ ଦିନ ପୂରିଯିବା ପରେ ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ.ଦୟାସିନ୍ଧୁ ପରିଡ଼ାଙ୍କ ଉପସ୍ଥିତିରେ ଜିଲାପାଳ ଘରେ ରହିବା ସହ କ୍ୱାରାଣ୍ଟାଇନ୍‌ ନିୟମ କାନୁନ୍‌ ଉପରେ କହିଥିଲେ। ଉକ୍ତ ୧୧୯ ଜଣଙ୍କୁ ନିଜ ନିଜ ପଞ୍ଚାୟତର ସରପଞ୍ଚମାନଙ୍କ ଜିମାରେ ଛଡ଼ାଯାଇଛି। ସେମାନେ କ୍ୱାରାଣ୍ଟାଇନ୍‌ରେ ରହୁଛନ୍ତି ନା ନାହିଁ ତଦନ୍ତ କରିବାକୁ ପଞ୍ଚାୟତର ସରପଞ୍ଚମାନଙ୍କୁ କୁହାଯାଇଛି। ଜିଲାପାଳ ଆଦର୍ଶ ବିଦ୍ୟାଳୟର ସ୍ଥିତି ଅନୁଧ୍ୟାନ କରିବା ସହ କିଛି କ୍ୱାରାଣ୍ଟାଇନ୍‌ କେନ୍ଦ୍ର ପରିଦର୍ଶନ କରି ଫେରିଛନ୍ତି। ଏହି ସମୟରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ,ସହକାରୀ ଯନ୍ତ୍ରୀ ମହୀନ୍ଦ୍ର କୁମାର ଷଡ଼ଙ୍ଗୀଙ୍କ ସମେତ ଆୟୁଷ ଚିକିତ୍ସକ ଡ.ମନ୍ମଥ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତଙ୍କୁ ଛାଡ଼ିବା ସମୟରେ କରୋନା ଟେଷ୍ଟ କରି ଛଡ଼ାଯାଇଛି। ୧୧୯ ଜଣଙ୍କ ନମୁନା ନେଗେଟିଭ୍‌ ଆସିଥିବା ପ୍ରଶାସନ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri