କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ା ଜିସିଡି ହାଇସ୍କୁଲ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଉଛନ୍ତି ଗଞ୍ଜାମ ଜିଲାର ଜଗା ପାତ୍ର। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ବାଥରୁମ୍‌ରେ ଫିନାଇଲ ପିଇ ସେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ତାଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସୁଧା ଏହାର କାରଣ ସ୍ପଷ୍ଟ ହୋଇନାହିଁ। ଏନେଇ ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ସଚ୍ଚିଦାନନ୍ଦ ଶତପଥୀ କହିଛନ୍ତି, ପର୍ଯ୍ୟାୟ କ୍ରମେ ସମସ୍ତଙ୍କୁ ନିଜ ନିଜ ଘରକୁ ପଠାଯାଉଛି। ଶୀଘ୍ର ଏହି ଶ୍ରମିକ ଜଣକ ମଧ୍ୟ ନିଜ ଘରକୁ ଫେରିଯିବେ।