କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ପ୍ରବାସୀଙ୍କ ଆତ୍ମହତ୍ୟା, ୬ ଦିନ ତଳେ ବିଜୟଓ୍ବାଡାରୁ ଫେରିଥିଲେ

ବେତନଟୀ,୧୫।୫(ଡି.ଏନ୍‌. ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଅଁଳା ପଞ୍ଚାୟତର ଡମ୍ବରୁଡହର ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଏକ ମହୁଲଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଶୁକ୍ରବାର ସକାଳେ ଦେଖିବାକୁ ମିଳିଛିଛି l ମୃତକ ହେଲେ ରାଇକମା ଗ୍ରାମର ସୁରେନ୍ଦ୍ର ବେହେରା(୪୦)। ସେ ନିଜ ପିନ୍ଧା ଲୁଙ୍ଗି ସାହାଯ୍ୟରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।

ଗ୍ରାମବାସୀଙ୍କଠାରୁ ମିଳିଥିବା ସୂଚନା ଅନୁସାରେ, ସୁରେନ୍ଦ୍ର ଆନ୍ଧ୍ରପ୍ରଦେଶର ବିଜୟୱାଡାରେ ଦାଦନ ଶ୍ରମିକ ଭାବେ କାମ କରୁଥିଲେ। ସେଠାରୁ ଫେରି ପ୍ରାୟ ୬ଦିନ ହେବ ଡମ୍ବରୁଡହର ପ୍ରାଥମିକ ବିଦ୍ୟାଳୟ (ସଙ୍ଗରୋଧ କେନ୍ଦ୍ର)ରେ ରହି ଆସୁଥିଲେ। ତେବେ ଶୁକ୍ରବାର ତାଙ୍କର ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ଖବର ପାଇ ବେତନଟୀ ପୋଲିସ ଉପଖଣ୍ଡ ଅଧିକାରୀ ଲଳିତ ପଟ୍ଟନାୟକ, ବେତନଟୀ ବିଡ଼ିଓ ସ୍ମୃତିରଞ୍ଜନ ମଲ୍ଲିକ, ବେତନଟୀ ତହସିଲଦାର ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତଦନ୍ତ ପରେ ଅଧିକ ତଥ୍ୟ ଜଣାପଡିବ ବୋଲି ସେମାନେ କହିଛନ୍ତି। ତେବେ ଘଟଣା ନେଇ ଜଣାପଡ଼ିବା ପରେ ଅଞ୍ଚଳବାସୀ କାରାଣ୍ଟାଇନ ସେଣ୍ଟରରେ ରାତିରେ ଡ୍ୟୁଟି କରିଥିବା କର୍ମଚାରୀ ଓ ଉଚ୍ଚ ଅଧିକାରୀଙ୍କୁ ଘଟଣା ପାଇଁ ଦାୟୀ କରିଛନ୍ତି l ଆତ୍ମହତ୍ୟା କରିବା ସମୟରେ କିଭଳି ସେମାନେ ଜାଣିପାରିଲେ ନାହିଁ ନାହିଁ ତାହା ଚକିତ କରିଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri