କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଜିଲାପାଳ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.) : ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ରହିବା ପାଇଁ ବ୍ୟବସ୍ଥା କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଥିବା ୪୧ଟି ପଞ୍ଚାୟତକୁ ପ୍ରାୟ ୪ ହଜାର ପ୍ରବାସୀ ଘର ବାହୁଡ଼ା ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ୯୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୪ ହଜାର ବେଡ୍‌ ପକାଇବାର ବ୍ୟବସ୍ଥା କରାଯାଇଛି। ଏହି ସେଣ୍ଟରଗୁଡ଼ିକ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ସରକାରୀ ଦପ୍ତରରେ ଖୋଲାଯାଇଛି। ପ୍ରବାସୀମାନେ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରହିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ସେମାନେ ଘରକୁ ଫେରିବେ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି। ଇତିମଧ୍ୟରେ ୪୧ଟି ପଞ୍ଚାୟତରୁ ୩ହଜାର ୭୪୨ ଜଣ ନାମ ପଞ୍ଜୀକରଣ କରିଛନ୍ତି। ତେବେ ୩ ତାରିଖରେ ଲକ୍‌ଡାଉନ୍‌ ଉଠିବା ପରେ ସେମାନେ ଘର ବାହୁଡ଼ା ହେବେ। ତେବେ ୩ ତାରିଖ ପୂର୍ବରୁ ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକ ପ୍ରସ୍ତୁତ କରାଯାଉଛି। ବ୍ଲକ ପରିସରରେ ମହିଳାମାନଙ୍କ ପାଇଁ ଏକ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ ସେଣ୍ଟର ପ୍ରସ୍ତୁତ କରାଯାଉଛି। ପ୍ରତି କ୍ୱରାଣ୍ଟାଇନ୍‌ ସେଣ୍ଟରକୁ ବିଶୋଧନ କରାଯିବା ସହ ବେଡ୍‌ ପକାଯିବା ସହ ସେମାନଙ୍କ ପାଇଁ ରହିବା,ଖାଇବା ଓ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ସ୍ବତନ୍ତ୍ର ଚିଠା ପ୍ରସ୍ତୁତ କରାଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକ ମରାମତି କରାଯିବା ସହ ଶୌଚାଳୟ, ଶୁଦ୍ଧ ପାନୀୟଜଳ ଯୋଗାଇବା ପାଇଁ ବ୍ୟବସ୍ଥା କରାଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିବେଶକୁ ସ୍ବଚ୍ଛ ପରିମଳ ରଖିବା ପାଇଁ ସାନିଟାଇଜେସନ ବ୍ୟବସ୍ଥା କରାଯାଇଛି। ତେବେ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକୁ ପରିଦର୍ଶନ କରିବା ପାଇଁ ବୁଧବାର ଅପରାହ୍ନରେ କଟକ ଜିଲାପାଳ ରତ୍ନାକର ଚଇନି, ଜିଲା ପରିଦର୍ଶକ ସୁଶାନ୍ତ ମହାପାତ୍ର, ଉପଜିଲାପାଳ ଶୁଭ୍ରାଂଶୁ ମିଶ୍ର ପ୍ରମୁଖ ରାମକୃଷ୍ଣପୁର ପଞ୍ଚୟତର ୨ଟି ଓ ନିଶ୍ଚିନ୍ତକୋଇଲି ପଞ୍ଚାୟତରେ ଥିବା ଗୋଟିଏ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକଙ୍କ ଗହଣରେ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri