କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଡବ୍ଲ୍ୟୁଏଚ୍‌ଓ ଅଧିକାରୀ: ଅନ୍ତେବାସୀଙ୍କୁ ସମସ୍ୟା ପଚାରି ବୁଝିଲେ

ବନ୍ତ, ୯।୬(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକର ୨୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ଅତିରିକ୍ତ ସେଣ୍ଟରରେ ପ୍ରବାସୀ ଓଡିଆମାନଙ୍କୁ ଆଇଶୋଲେଶନରେ ରଖାଯାଇଛି। ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅନ୍ତେବାସୀମାନଙ୍କ ପାଇଁ ସମସ୍ତ ସୁବିଧା ଉପଲବ୍ଧ କରାଯାଇଛି। ଏହି ପରିପ୍ରେକ୍ଷୀରେ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ବିଭିନ୍ନ ସୁବିଧା ଅସୁବିଧା ତଦାରଖ କରିବା ପାଇଁ ସୋମବାର ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ସର୍ଭେଲାନ୍ସ ମେଡିକାଲ ଅଫିସର ଅର୍ଚ୍ଚନା ଗାଏନ ଓଡଙ୍ଗ, ଛୟାଳସିଂ, ଗଣିଜାଙ୍ଗ ସମେତ ଷେଣ୍ଢତୀରାସ୍ଥିତ କୋଭିଡ୍‌ କେୟାର ହସ୍‌ପିଟାଲ ପରିଦର୍ଶନ କରିଥିଲେ। ଉପରୋକ୍ତ ସେଣ୍ଟରଗୁଡିକରେ ଶୌଚାଳୟ, ପାନୀୟ ଜଳ, ଆଲୋକ ବ୍ୟବସ୍ଥା ଠିକ୍‌ ରହିଛି କି ନାହିଁ, ସାମାଜିକ ଦୂରତା ରକ୍ଷା କରାଯାଉଛି କି ନାହିଁ, ମାସ୍କ ବ୍ୟବହାର କରାଯାଉଛି କି ନାହିଁ ସେ ସମ୍ପର୍କରେ ତଦାରଖ କରିଥିଲେ। ଏଥିସହ କେତେଜଣ ଅନ୍ତେବାସୀମାନଙ୍କୁ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ ା ପରିଦର୍ଶନ ବେଳେ ଆଗରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜନସ୍ବାସ୍ଥ୍ୟ ଅଧିକାରୀ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ସମେତ ସରପଞ୍ଚ, ନୋଡାଲ ଅଫିସର ଏବଂ ଟି.ଏମ୍‌.ସି ସଭ୍ୟସଭ୍ୟା ମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri