କ୍ୱାରାଣ୍ଟାଇନ କ୍ୟାମ୍ପ ପାଇଁଁ ୬ ୱାର୍ଡ ଖାଲିକଲେ ଏସ୍‌ ଭି ନିରତାର କର୍ତ୍ତୃପକ୍ଷ

କଣ୍ଟାପଡା,୨୫ା୩(ଡି.ଏନ୍‌.ଏ.)- ମହାମାରୀ କରୋନାର ପ୍ରତିଷେଧକ ପାଇଁ ସାରା ଭାରତ ୨୧ଦିନ ପାଇଁ ଲକଡାଉନ କରାଯାଇଛି। କରୋନା ଆକ୍ରାନ୍ତ, ରାଜ୍ୟ ଓ ଦେଶ ବାହାରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ଚିକିତ୍ସା ପାଇଁ କଟକ ଜିଲା ଓଲଟପୁରସ୍ଥିତ ଏସ୍‌ ଭି ନିରତାର ଦିବ୍ୟାଙ୍ଗ ଗବେଷଣା ଓ ସ୍ବାସ୍ଥ୍ୟକେନ୍ଦ୍ରର ୬ଟି ୱାର୍ଡକୁ ବୁଧବାରଠାରୁ ଯୁଦ୍ଧକାଳୀନ ଭିତ୍ତିରେ ଖାଲି କରିଦିଆଯାଇଛି। ଏହି ବେଡଗୁଡ଼ିକୁ କ୍ୱାରାଣ୍ଟାଇନ କ୍ୟାମ୍ପ କରି କରୋନା ସଂକମ୍ରଣ ହୋଇଥିବା ଆକ୍ରାନ୍ତମାନଙ୍କୁ ରଖାଯିବାର ବ୍ୟବସ୍ଥା କରାଯାଇଛି। ନିରତାରରେ ମୋଟ ୧୦୦ଟି ବେଡ ଥିବାବେଳେ ସେଥିମଧ୍ୟରୁ ୭୨ଟି ବେଡକୁ କରୋନା ଦୃଷ୍ଟିରୁ ଖାଲି କରାଯାଇଛି ବୋଲି ନିରତାର ପିଏମଆର୍‌ଡି ବିଭାଗ ମୁଖ୍ୟ ଡା. ପବିତ୍ର ମୋହନ ସାହୁ କହିଛନ୍ତି।  ଏ ନେଇ ମଙ୍ଗଳବାର କଟକ ଜିଲାପାଳ ଭବାନୀ ଶଙ୍କର ଚଇନି, କଟକ ଜିଲା ମୁଖ୍ୟ ଚିକିତ୍ସାଧାରୀ ଡା. ସତ୍ୟବ୍ରତ ଛୋଟରାୟ, ଅଡ଼ଶପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ବାସୁଦେବ ମାରାଣ୍ଡି ପ୍ରମୁଖ ନିରତାରରେ ପହଞ୍ଚି ନିରତାର ବୈଷୟିକ ଉପନିର୍ଦ୍ଦେଶକ ଡା. କିଶୋରଚନ୍ଦ୍ର ମହାପାତ୍ର ଓ ଡା. ପବିତ୍ର ମୋହନ ସାହୁଙ୍କ ସହ ଆଲୋଚନା କରିଥିଲେ। ଆଲୋଚନା ପରେ ନିରତାର କର୍ତ୍ତୃପକ୍ଷ ସହମତି ପ୍ରକାଶ କରିବା ସହ ଏଥିପାଇଁ ଆବଶ୍ୟକ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହି କ୍ୟାମ୍ପ ପାଇଁ ଜିଲା ଚିକିତ୍ସାଧିକାରୀଙ୍କ ସହ ଆଲୋଚନା କରି ତୁରନ୍ତ ପଦକ୍ଷେପ ନେବାକୁ ଜିଲାପାଳ ଅଡ଼ଶପୁର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ମାରାଣ୍ଡିଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri