କ୍ୱାରାଣ୍ଟାଇନ, ଲକଡାଉନ ନିୟମ ଉଲ୍ଲଂଘନ: ୧୪ ମାମଲା

ଅନୁଗୋଳ ଅଫିସ୍, ୨୮ା୩- ବାହାରୁ ଆସିଥିବା ଲୋକଙ୍କୁ ହୋମ କ୍ୱାରାଣ୍ଟାଇନ ବା ସଙ୍ଗରୋଧରେ ରହିବାକୁ ବାରମ୍ବାର ପୋଲିସ ପ୍ରଶାସନ ପକ୍ଷରୁ କୁହାଯାଉଥିଲେ ମଧ୍ୟ ଏହାକୁ ଅନେକେ ମାନୁ ନ ଥିବା ଦେଖାଦେଇଛି । ଅନୁଗୋଳ ଜିଲାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ଲୋକଙ୍କୁ ଅଲଗା ରହିବାକୁ କୁହାଯାଇଥିବାବେଳେ ସେମାନେ ଘରେ ନ ରହି ବାହାରେ ବୁଲିବା ସହ ଅନ୍ୟମାନଙ୍କ ସହ ମିଳାମିଶା କରୁଥିବାରୁ  ପୋଲିସ ପୁଣି ଶନିବାର ୫ଟି ମାମଲା ରୁଜୁ କରିଛି। ୫ ଜଣଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ରହିଥିଲେ ମଧ୍ୟ ସେମାନେ ଘରେ ନ ଥିବା ଜଣାପଡିଥିଲା। ପୋଲିସ ସମ୍ପୃକ୍ତ ୫ ଜଣଙ୍କୁ ସରକାରଙ୍କ ପକ୍ଷରୁ ନିର୍ମାଣ କରାଯାଇଥିବା କ୍ୱାରାଣ୍ଟାଇନ ଓ୍ବାର୍ଡରେ ଭର୍ତ୍ତି କରିଛି । ଏ ନେଇ ବଅଁରପାଳ ଥାନାରେ ୩, ଅନୁଗୋଳ ଓ ଏନଟିପିସି ଥାନାରେ ୨ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିବା ପୋଲିସ କହିଛି। ସେହିପରି ଜିଲାରେ ଲକଡାଉନ ନିୟମ ନ ମାନି କିଛି ଲୋକ ବହୁ ସଂଖ୍ୟାରେ ଏକାଠି ହୋଇ ତାସ ଖେଳୁଥିବା ଏବଂ ବିନା କାରଣରେ ଘରୁ ବାହାରୁ ଥିବାରୁ ପୋଲିସ ଶନିବାର ୯ ଜଣଙ୍କ ନାମରେ ମାମଲା ରୁଜୁ କରିଛି। ସେମାନଙ୍କ ନିକଟରୁ ୨ଟି ବାଇକ, ତାସ ପ୍ୟାକେଟ ଜବତ କରାଯାଇଛି । ସେମାନଙ୍କ ମଧ୍ୟରେ ବିନା କାମରେ ଘରୁ ବାହାରିବା ଅଭିଯୋଗରେ ୫ ଜଣ ଓ ଜରପଡା ଥାନା ଅଞ୍ଚଳରେ ତାସ ଖେଳୁଥିବା ୪ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri