Posted inଖେଳ

କ୍ୱାର୍ଟରରେ ଶରନ: ପ୍ରଜନେଶଙ୍କ ଅଭିଯାନ ଶେଷ

ଲସ୍‌ କାବୋସ (ମେକ୍ସିକୋ), ୧।୮ (ପି.ଟି.)- ଏଠାରେ ଚାଲିଥିବା ଏଟିପି ଲସ୍‌ କାବୋସ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ୨ୟ ରାଉଣ୍ଡର ଏକ ମୁକାବିଲାରେ ଭାରତର ପ୍ରଜନେଶ ଗୁଣେଶ୍ୱରନଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ବିଶ୍ୱ ମାନ୍ୟତାର ୯୦ତମ ସ୍ଥାନରେ ରହିଥିବା ପ୍ରଜନେଶ ୬-୪, ୩-୬, ୨-୬ ସେଟ୍‌ରେ ଆମେରିକାର ଟେଲର୍‌ ଫ୍ରିତ୍‌ଜଙ୍କ ନିକଟରୁ ପରାସ୍ତ ହୋଇଛନ୍ତି। ପ୍ରଜନେଶ ପ୍ରଥମ ସେଟ୍‌କୁ ଜିତି ନେଇଥିଲେ ମଧ୍ୟ ପରବର୍ତ୍ତୀ ୨ ସେଟ୍‌ରେ ବିଶ୍ୱ ମାନ୍ୟତାର ୨୮ତମ ସ୍ଥାନରେ ରହିଥିବା ଟେଲରଙ୍କ ନିକଟରୁ ପରାସ୍ତ ହୋଇ ସୁଯୋଗ ହାତଛଡ଼ା କରିଥିଲେ। ଏହି ପ୍ରତିଯୋଗିତାରୁ ପ୍ରଜନେଶଙ୍କୁ ୨୦ ପଏଣ୍ଟ ଓ ୧୨,୮୨୫ ଆମେରିକୀୟ ଡଲାର ମିଳିଛି। ଏଥିସହ ର଼୍ୟାଙ୍କିଙ୍ଗ୍‌ରେ ମଧ୍ୟ ସେ ୨ଟି ସ୍ଥାନ ଉପରକୁ ଉଠିଛନ୍ତି। ଅପରପକ୍ଷରେ ପୁରୁଷ ଡବଲ୍ସରେ ଅଂଶଗ୍ରହଣ କରିଥିବା ଅନ୍ୟତମ ଭାରତୀୟ ଟେନିସ ଖେଳାଳି ଡିଭିଜ ଶରନ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଇସ୍ରାଏଲ୍‌ର ଜୋନାଥନ ଏରିକ୍‌ଙ୍କୁ ସାଥୀ କରି ଖେଳୁଥିବା ଶରନ ୭-୫, ୬-୧ ସେଟ୍‌ରେ ୪ର୍ଥ ସିଡ୍‌ ବେନ୍‌ ମ୍ୟାକ୍‌ଲାଚଲାନ ଓ ଜନ୍‌-ପ୍ୟାଟ୍ରିକ ସ୍ମିଥ୍‌ ଯୋଡ଼ିଙ୍କୁ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri