ଖଇରପୁଟ ବିଡିଓଙ୍କ ବଦଳି ନେଇ ତାତିଲେ ଲୋକ ପ୍ରତିନିଧି: ବ୍ଲକ କାର୍ଯ୍ୟାଳୟରେ ପକାଇଲେ ତାଲା

ମାଲକାନଗିର/ଖଇରପୁଟ, ୧୮ା୧୨(ଡି.,ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ କାର୍ଯ୍ୟାାଳୟକୁ ବୁଧବାର ବହୁ ସଂଖ୍ୟାରେ ଆଦିବାସୀ ମହିଳାପୁରୁଷ ଘେରାଉ କରି ବିଡିଓ ବିଶ୍ୱଜିତ ବର୍ମନଙ୍କ ବଦଳି ଦାବି କରିଛନ୍ତି। କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସେମାନେ କାର୍ଯ୍ୟାଳୟରେ ତାଲା ପକାଇଦେଇଛନ୍ତି। ପଞ୍ଚାୟତ ସମିତି ଅଧ୍ୟକ୍ଷା କୁମୁଦିନୀ କିର୍ସାନିଙ୍କ ନେତୃତ୍ୱରେ ସମସ୍ତ ସରପଞ୍ଚ, ଜିଲା ପରିଷଦ ସଭ୍ୟ, ଓ୍ବାର୍ଡମେମ୍ବର ପ୍ରମୁଖ ଏକ ଶୋଭାଯାତ୍ରାରେ ବ୍ଲକ କାର୍ଯ୍ୟାଳୟକୁ ଆସିଥିଲେ। ବିଡିଓଙ୍କ ବଦଳି ନ ହେବା ଯାଏ ବ୍ଲକ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ଅଧ୍ୟକ୍ଷା କିର୍ସାନି କହିଛନ୍ତି। ବିଡିଓ ସମସ୍ତ ଲୋକ ପ୍ରତିନିଧିଙ୍କୁ ଦୁର୍ବ୍ୟହାର ପ୍ରଦର୍ଶନ କରିବା ସହ ପିଏମଏଓ୍ବାଇ ଯୋଜନାର ହିତାଧିକାରୀଙ୍କୁ ୫୦୦ ଟଙ୍କା ଏବଂ ଶୌଚାଳୟ ନିର୍ମାଣ ପାଇଁ ୨୦୦ ଟଙ୍କା ଲେଖାଏ, ସ୍ବୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଲିଙ୍କେଜ ଓ ଋଣ ପାଇଁ ୫ ପ୍ରତିଶତ ଅର୍ଥ ଆଦାୟ କରୁଥିବା ସେ ଅଭିଯୋଗ କରିଛନ୍ତି। ସେହିପରି ବଣ୍ଡା ଜନଜାତିଙ୍କ ଉନ୍ନୟନ ଯୋଜନାରେ ଆସୁଥିବା ଅର୍ଥ ହେରଫେର କରୁଛନ୍ତି। ତାଙ୍କ ଯୋଗୁ ଅଞ୍ଚଳର ବିକାଶ ବାଧାପ୍ରାପ୍ତ ହେଉଛି। କେବଳ ଲୋକ ପ୍ରତିନିଧି ନୁହନ୍ତି କାର୍ଯ୍ୟାଳୟର କର୍ମଚାରୀଙ୍କୁ ମଧ୍ୟ ବିଡିଓ ବର୍ମନ ଦୁର୍ବ୍ୟବହାର କରୁଛନ୍ତି। ତାଙ୍କୁ ଏଠାରୁ ବଦଳି ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀ ଚେତାବନୀ ଦେଇଛନ୍ତି। ଆନ୍ଦୋଳନକାରୀଙ୍କ ମୁଖ୍ୟରାସ୍ତା ଅବରୋଧ କରିବା ଯୋଗୁ ଗାଡିମୋଟର ଚଳାଚଳରେ ବାଧା ସୃଷ୍ଟି ହୋଇଥିଲା। ଖବର ପାଇ ଉପଜିଲାପାଳ ରାମେଶ୍ୱର ପ୍ରଧାନ ଘଟଣା ସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri