ଖଇରାରେ ଘରବାହୁଡା ପ୍ରକ୍ରିୟା ଆରମ୍ଭ

ଖଇରା, ୪।୫(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମ ପରେ ଖଇରା ଅଞ୍ଚଳରୁ ଓଡିଶା ବାହରେ ରହୁଥିବା ବ୍ୟକ୍ତିମାନଙ୍କର ଘର ବାହୁଡା କାର୍ଯ୍ୟ ଆରମ୍ଭ ହୋଇଛି । ସୋମବାର ସକାଳେ ସୁରଟରୁ ୨ଟି ବସ ଯୋଗେ ଏହି ଲୋକମାନେ ଖଇରା ଫେରିଥିବା ଜଣାଯାଇଛି। ସେହିଭଳି ବାଙ୍ଗାଲୋରରୁ ଟ୍ରେନ ଯୋଗେ ଆସିଥିବା ବ୍ୟକ୍ତିମାନେ ଜଟଣି ଷ୍ଟେଶନରେ ଓହ୍ଲାଇବା ପରେ ୪ ଖଣ୍ଡ ବସ୍‌ ଯୋଗେ ସେମାନଙ୍କୁ ଖଇରା ଅଣାଯିବା ସହ ପ୍ରଶାସନ ଉଦ୍ୟମରେ ସୋମବାର ଅପରାହ୍ନରେ ସେମାନଙ୍କୁ ବିଭିନ୍ନ ଗ୍ରାମରେ ନିର୍ମିତ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦିଆଯାଇଛି। ସେହିଭଳି ଆଗକୁ ବିଭିନ୍ନ ଅଞ୍ଚଳରୁ ଆହୁରି ଅଧିକ ସଂଖ୍ୟକ ବ୍ୟକ୍ତି ଆସିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ନେଇ ବିଭିନ୍ନ ଗ୍ରାମବାସୀ ଚିନ୍ତା ପ୍ରକଟ କରିଛନ୍ତି। ଖଇରା ପହଞ୍ଚିବା ପରେ ଏହି ବ୍ୟକ୍ତିମାନେ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି। ଖଇରା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଏବଂ ଆଇଆଇସି ସୁବ୍ରତ ବେହେରା ଲୋକମାନଙ୍କୁ ଶୃଙ୍ଖଳିତ ଭାବେ ପହଞ୍ଚାଇବାର ବ୍ୟବସ୍ଥା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri