ଖଇରା ବଜାରରେ ବାରମ୍ବାର ଦୁର୍ଘଟଣା: ପ୍ରତିବାଦରେ ରାସ୍ତା ଅବରୋଧ

ଖଇରା, ୫।୧(ଡି.ଏନ.ଏ.)-ସୋର-କୁପାରୀ ରାଜ୍ୟ ରାଜପଥର ଖଇରା ବଜାରରେ ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ଯୋଗୁ କ୍ରମାଗତ ଦୁର୍ଘଟଣା ଘଟୁଛି। ରାସ୍ତାରେ ବାଲି ଜମା ହେବା ଯୋଗୁ ଜଣେ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଏହାର ପ୍ରତିବାଦ କରି ଶନିବାର ସ୍ଥାନୀୟ ବ୍ୟବସାୟୀ ଓ ଯାତ୍ରୀଙ୍କ ପକ୍ଷରୁ ରାସ୍ତା ଅବରୋଧ କରାଯାଇଥିଲା। ଦୀର୍ଘ ୧ଘଣ୍ଟା ଧରି ରାସ୍ତାର ଉଭୟପାର୍ଶ୍ୱରେ ଗାଡି ଅଟକି ରହିଥିଲା । ପରେ ଖଇରା ତହସିଲଦାର ପ୍ରଦୀପ ସାହୁ ଏବଂ ଅତିରିକ୍ତ ତହସିଲଦାର ବିଭାସ ରଞ୍ଜନ ପାଣିଗ୍ରାହୀ ଏବଂ ଖଇରା ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ରାଜ୍ୟ ରାଜପଥ ନିର୍ମାଣ ସମୟରେ ଟ୍ରାଫିକ ବ୍ୟବସ୍ଥାକୁ ଦୃଷ୍ଟି ଦିଆଯାଇ ନ ଥିବାରୁ ରାସ୍ତାର ଦୁଇ ପାର୍ଶ୍ୱରେ ଗାଡି ପାର୍କିଂ କରାଯାଉଛି । ବିଶେଷକରି ଘର ତିଆରି ପାଇଁ କଞ୍ଚାମାଲ ସଂଗ୍ରହ କରୁଥିବା ବ୍ୟକ୍ତିମାନେ ମାସ ମାସ ଧରି ରାସ୍ତା ଉପରେ ପକାଇ ରଖୁଛନ୍ତି। ଫଳରେ ରାସ୍ତା ସଂକୁଚିତ ହେବା ସହ ଦୈନନ୍ଦିନ ଦୁର୍ଘଟଣା ଘଟିଚାଲିଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ପ୍ରଶାସନିକ ଅଧିକାରୀ ଜାଣି ନ ଜାଣିଲା ଭଳି ଚୁପ୍‌ ହୋଇ ବସିଛନ୍ତି । ଶନିବାର ଖଇରା ହାଇସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ଅଙ୍କିତା ପ୍ରିୟଦର୍ଶନୀ ବାରିକ ସ୍କୁଲକୁ ଯାଉଥିବା ବେଳେ ଏକ ମେଡିସିନ ଷ୍ଟୋର ସମ୍ମୁଖରେ ରାସ୍ତା ଉପରେ ବାଲି ରଖାଯାଇଥିବା କାରଣରୁ ବାଇକ ଅଙ୍କିତାଙ୍କୁ ଧକ୍କା ଦେଇଥିଲା । ଏଥିରେ ସେ ଆହତ ହେବା ସହ ମୁହଁରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା ା ଏହାର ପ୍ରତିବାଦରେ ସ୍ଥାନୀୟ ବ୍ୟବସାୟୀ ଓ ଯାତ୍ରୀ ଜୟଦେବ ବେହେରା, ସନ୍ତୋଷ ଶତ୍‌ପଥି, ରଞ୍ଜନ ରାଉତ, ଲକ୍ଷ୍ମୀଧର ସାହୁ, ପୂର୍ଣ୍ଣଚନ୍ଦ୍ର ମୁଖୀ, ଡମ୍ବରୁଧର ମହାନ୍ତି, ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖଙ୍କ ନେତୃତ୍ୱରେ ଶହ ଶହ ଲୋକ ରାସ୍ତା ଅବରୋଧରେ ସାମିଲ ହୋଇଥିଲେ ା ତହସିଲଦାର ସାହୁ ଓ ଖଇରା ଏଏସ୍‌ଆଇ ପ୍ରଦୀପ ମହାନ୍ତି ବଜାର କମିଟି ସହ ଆଲୋଚନା ପରେ ରାସ୍ତାକଡରୁ ବାଲିଗଦା ତଥା ବ୍ୟାନର ଫଳକ ହଟାଇବାକୁ ନିର୍ଦ୍ଦେଶ ଦେଇଥିଲେ। ଟ୍ରାଫିକ ବ୍ୟବସ୍ଥାରେ ସୁଧାର ପାଇଁ ପ୍ରତିଶ୍ରୁତି ଦେବା ପରେ ବାଇକ ଓ ବସ୍‌ ଚଳାଚଳ ପୂର୍ବଭଳି ଚାଲୁ ରହିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri