ଖଟିଆରେ ବୁହାହେଲେ ଗର୍ଭବତୀ: ସାଧାରଣରେ ଅସନ୍ତୋଷ

ବିଜେପୁର,୧୯।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ କନଡିହି ଗ୍ରାମକୁ ସଂଯୋଗ କରୁଥିବା ଏକମାତ୍ର ରାସ୍ତାରେ କଲଭର୍ଟ କାମ ଚାଲିଥିବାରୁ ରବିବାର ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହିନେବାକୁ ପଡ଼ିଥିବା ଅଭିଯୋଗ ହୋଇଛି। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନାଯୋଗ୍ୟ, କନଡିହି ଗ୍ରାମର ସୁଶାନ୍ତ ପଟେଲଙ୍କ ସ୍ତ୍ରୀ ରେବତୀଙ୍କ ରବିବାର ଭୋର୍‌ରୁ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକେ ୧୦୨ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ। ତୁରନ୍ତ ଉକ୍ତ ଗାଡ଼ି ମଧ୍ୟ ଆସିଥିଲା। ମାତ୍ର କଲଭର୍ଟ କାମ ଯୋଗୁ ରାସ୍ତା ଖୋଲା ଯାଇଥିବା ବେଳେ ଡାଇଭର୍‌ସନ ରାସ୍ତା ଦିଆଯାଇ ନାହିଁ। ଫଳରେ ଉକ୍ତ ଗାଡ଼ି ଗାଁ ଭିତରକୁ ଯାଇପାରି ନ ଥିଲା। ଏହା ଦ୍ବାରା ବାଧ୍ୟ ହୋଇ ପରିବାର ଲୋକେ ରେବତୀଙ୍କୁ ଖଟିଆରେ ୫୦୦ମିଟର ବୋହି ନେଇଥିଲେ। ପରେ ତାଙ୍କୁ ବିଜେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ତାଙ୍କର ଏକ କନ୍ୟାସନ୍ତାନ ଜନ୍ମ ହୋଇଥିବା ଜଣାପଡ଼ିଛି। ରାସ୍ତା କାର୍ଯ୍ୟ କାହିଁକି ବିଳମ୍ବ ହେଉଛି ସେନେଇ ତଦନ୍ତ କରାଯିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri