ଖଟିଆରେ ବୁହାହେଲେ ଗର୍ଭବତୀ

ଦାରିଙ୍ଗବାଡ଼ି,୧୨ା୮(ଡି.ଏନ୍‌.ଏ.-ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ରବିବାର ଅପରାହ୍ନରେ ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହି ଡାକ୍ତରଖାନା ନିଆଯାଉଥିବା ବେଳେ ଜଙ୍ଗଲ ରାସ୍ତାରେ ସେ ପ୍ରସବ କରିଛନ୍ତି। ତାଜୁଙ୍ଗିଆ ପଞ୍ଚାୟତ ଦୁବୁରି ଗାଁକୁ ଗାଁକୁ ରାସ୍ତା ନାହିଁ । ବଣ ପାହାଡ଼ ଘେରା ଏହି ଗ୍ରାମବାସୀ ଚାଲିଚାଲି ଯିବାଆସିବା କରନ୍ତି। ଗ୍ରାମର ମିକନ୍ତି ମାଝି ଗର୍ଭ ଯନ୍ତ୍ରଣା ପାଇବାରୁ ପରିବାର ଲୋକେ ତାଙ୍କୁ ଖଟିଆରେ ପାହାଡ଼ ରାସ୍ତା ଦେଇ ସିକବାଡ଼ି ଗ୍ରାମକୁ ଆଣୁଥିଲେ। ସିକବାଡିରୁ ତାଙ୍କୁ ଗଦାପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥାନ୍ତା। ହେଲେ ବାଟରେ ମିକନ୍ତି ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ। ମା’ ସହ ନବଜାତକ ଗୁରୁତର ହେବାରୁ ତୁରନ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସୁଧାମୟୀ ମହାଲିକ, ବବିତା ସିଂ ପ୍ରମୁଖ ଚିକିତ୍ସା କରିଥିଲେ। ଆଶା କର୍ମୀ ସସ୍ମିତା ବଳିଆର ସିଂ ସହଯୋଗ କରିଥିଲେ ା ପରେ ମିକନ୍ତିଙ୍କୁ ତାଙ୍କ ଗ୍ରାମକୁ ଫେରେଇ ନିଆଯାଇଛି ା ମହିଳା ସ୍ବାସ୍ଥ୍ୟକର୍ମୀ ଏବଂ ଅନ୍ୟମାନେ ନ ଥିଲେ ମିକନ୍ତିଙ୍କ ଅବସ୍ଥା ଶୋଚନୀୟ ହୋଇପଡ଼ିଥାନ୍ତା ବୋଲି ୧୧ ନଂ ଜୋନର ଜିଲାପରିଷଦ ସଭ୍ୟା ଦିପିକା ମାଝୀ କହିଛନ୍ତି। ସବୁଦିନିଆ ରାସ୍ତା ନ ଥିବାରୁ କୌଣସି ଅଟୋ କିମ୍ବା ଆମ୍ବୁଲାନ୍ସ ଗାଁରେ ପହଞ୍ଚି ପାରୁନି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri