Posted inଜାତୀୟ

ଖଟ୍ଟର କ୍ୟାବିନେଟର ହେବ ସମ୍ପ୍ରସାରଣ

ହରିୟାଣା,୧୪।୧୧: ହରିୟାଣାରେ ଭାଜପା-ଜେଜେପି ମେଣ୍ଟ ସରକାର ଗଠନର ୧୭ ଦିନ ପରେ ଅର୍ଥାତ୍‌ ଗୁରୁବାର ମନୋହର ଲାଲ ଖଟ୍ଟରଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବ। ଗତ ଅକ୍ଟୋବର ୨୪ରେ ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ଆସିଥିବା ବେଳେ ୨୭ ଅକ୍ଟୋବରରେ ଜନନାୟକ ଜନତା ପାର୍ଟି(ଜେଜେପି) ସହ ମିଶି ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଗଠନ କରିଥିଲା। ଏଥିରେ ମନୋହର ଲାଲ ଖଟ୍ଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ବେଳେ ଜେଜେପିର ଦୁଷ୍ୟନ୍ତ ଚୌତାଲା ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ସେବେଠାରୁ ଅନ୍ୟ କୌଣସି ମନ୍ତ୍ରୀ ଶପଶ ନେଇ ନ ଥିବା ବେଳେ ଏବେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରାଯିବାର ଯୋଜନା ରହିଛି। ଏଥିରେ ଅନିଲ ବିଜ୍‌, କନଓ୍ବର ପଲ, ମୁଲଚନ୍ଦ ଶର୍ମା, ରଣଜିତ ସିଂ, ଜୟପ୍ରକାଶ ଦଲାଲ ଓ ବନଓ୍ବାରୀ ଲାଲଙ୍କୁ ମନ୍ତ୍ରୀ ପଦ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ସେହିପରି ରାଜ୍ୟମନ୍ତ୍ରୀ(ସ୍ବାଧିନ) ଭାବେ ଓମ ପ୍ରକାଶ ଯାଦବ, କମଲେଶ ଧଣ୍ଡା, ଅନୁପ ଧନକ ଓ ସନ୍ଦିପ ସିଂଙ୍କୁ ଖଟ୍ଟରଙ୍କ କ୍ୟାବିନେଟରେ ସାମିଲ କରାଯିବ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri