ଖଡ଼ଗପ୍ରସାଦରେ କୁମ୍ଭୀର ଆତଙ୍କ

ଓଡାପଡା,୧୯ା୧୧(ଡି.ଏନ.ଏ)

ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡଗପ୍ରସାଦ ଗ୍ରାମ ବାଲିଘାଟ ନିକଟରେ କୁମ୍ଭୀର ଦେଖିଥିବା ନେଇ ଅଞ୍ଚଳବାସୀ ପ୍ରକାଶ କରିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ପ୍ରାୟ ୬ ଫୁଟ ଲମ୍ବର କୁମ୍ଭୀରଟି ସୋମବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ବାଲିଘାଟରେ ଏକ ପଥର ନିକଟରେ ଖରାରେ ଶୋଇଥିବା ଗ୍ରାମର ପ୍ରଶାନ୍ତ ଜେନାଙ୍କ ସମେତ ଅନ୍ୟମାନେ ଦେଖିବାକୁ ପାଇଥିବା ପ୍ରକାଶ କରିଛନ୍ତି। ଏ ନେଇ ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ। ବନ କର୍ମଚାରୀ ଓ ହାତୀ ସ୍କ୍ବାର୍ଡ ଘଟଣାସ୍ଥଳକୁ ଯାଇଥିଲେ ମଧ୍ୟ କୁମ୍ଭୀରକୁ ଠାବ କରିପାରିନାହାନ୍ତି। କୁମ୍ଭୀରଟି ପାଣି ଭିତରକୁ ଚାଲି ଯାଇଥିବା ଅଞ୍ଚଳବାସୀ କହୁଥିବା ବେଳେ ପାଣି ଭିତରେ ଖୋଜାଖୋଜି ହୋଇନାହିଁ। ଏହାକୁ ନେଇ ଖଡଗପ୍ରସାଦ ଗ୍ରାମ ସମେତ ଉପର ଓ ତଳମୁଣ୍ଡ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି। ଏ ସମ୍ପର୍କରେ ଜିଲା ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପଚରାଯିବାରେ କହିଛନ୍ତି, ଗ୍ରାମବାସୀଙ୍କଠାରୁ ଖବରପାଇ ବିଭାଗୀୟ କର୍ମଚାରୀଙ୍କ ସହ ସେଠାକୁ ପଠାଇଥିଲୁ। କୁମ୍ଭୀରକୁ ଠାବ କରାଯାଇପାରିନାହିଁ। ଯଦି ପୁଣିଥରେ ଦେଖିବାକୁ ମିଳେ ତାହେଲେ ଖୋଜିବା କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ୧୧ଟାରୁ ଭୋର୍ ୪ଟା ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ମୁରାସୁ’ ୧୨୦ କିମି ବେଗରେ ବହିବ ପବନ, ୫ ଜିଲାରେ ପ୍ରବଳ ବର୍ଷା 

ଭୁବନେଶ୍ୱର,୨।୧୧: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ମୁରାସୁ’ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇଛି। ଆଜି ରାତିରୁ ଆସନ୍ତାକାଲି ଭୋର୍‌ ମଧ୍ୟରେ ଏହା ଉପକୂଳ ଅତିକ୍ରମ କରିବାର ସମ୍ଭାବନା…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା

ଭୁବନେଶ୍ୱର,୨ା୧୧ (ପ୍ରସନଜିତ୍‌ ସାହୁ): ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ରବିବାର ନନ୍ଦନକାନନ ଥାନା ପୋଲିସ ଅଭିଯୁକ୍ତ ନାବାଳକ(୧୭)ଙ୍କୁ କାବୁ କରିଛି। ପୋଲିସ ସୂଚନା ଅନୁଯାୟୀ, କେନ୍ଦ୍ରାପଡାର…

ଦୀପାବଳି ପୂର୍ବରୁ କଟକରେ ବଡ଼ଧରଣର ଚଢାଉ: ୪୦ ଲକ୍ଷର ବାଣ ଜବତ

କଟକକ,୨।୧୧: ଦୀପାବଳି ପୂର୍ବରୁ କଟକରେ ବଡ଼ ଧରଣର ଚଢାଉ କରାଯାଇଛି। କମିଶନରେଟ ପୋଲିସ କଟକର ୮ଟି ସ୍ଥାନରେ ଚଢ଼ାଉ କରି ୪୦ଲକ୍ଷ ଟଙ୍କାର ବେଆଇନ ବାଣ ଜବତ…

କଳାହାଣ୍ଡିରେ ଆସନ୍ତାକାଲି ସ୍କୁଲ ଛୁଟି: ବନ୍ଦ ରହିବ ସମସ୍ତ ସ୍କୁଲ…

ଭବାନୀପାଟଣା,୨।୧୧( ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲାରେ ମଙ୍ଗଳବାର ସ୍କୁଲ ଓ ଅଙ୍ଗନଓ୍ୱାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି। ଏନେଇ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ବୈଠକ, ବିପର୍ଯ୍ୟୟ ସମୟରେ…

ଛତ୍ରପୁର,୨ା୧୧(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ଓ ବନ୍ୟାର ମୁକାବିଲା ପାଇଁ ଜିଲାର ସମସ୍ତ ଅଞ୍ଚଳରେ ଆଗୁଆ ପ୍ରସ୍ତୁତି ରଖିବାକୁ ଜିଲାପାଳ ଭି. କୀର୍ତ୍ତି ଭାସନ ନିର୍ଦ୍ଦେଶ ଦେଇଛନ୍ତି।…

ACF ସୌମ୍ୟ ମୃତ୍ୟୁ ମାମଲା: ଆତ୍ମସମର୍ପଣ କଲେ ସ୍ତ୍ରୀ ବିଦ୍ୟାଭାରତୀ

ପାରଳାଖେମୁଣ୍ଡି,୨ା୧୧(ଗିରିଧାରୀ ପରିଚ୍ଛା): ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶେଷରେ ଆତ୍ମସମର୍ପଣ କରିଛନ୍ତି ସ୍ତ୍ରୀ ତଥା ମାମଲାର ଅଭିଯୁକ୍ତ ବିଦ୍ୟାଭାରତୀ ପଣ୍ଡା। ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ କୋର୍ଟରେ ବିଦ୍ୟାଭାରତୀ…

ଲାଞ୍ଜିଗଡ଼ରେ ହାତୀ ଆତଙ୍କ: ଦଳିଚକଟି ନଷ୍ଟ କଲେ ଏକର ଏକର ଚାଷଜମି

ଲାଞ୍ଜିଗଡ଼,୨ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଲାଞ୍ଜିଗଡ଼ ବ୍ଲକ କାନକୁଟ୍ରୁ ପଞ୍ଚାୟତ ଅନ୍ତର୍ଗତ ଉପର କଲାସୁର ଗ୍ରାମରେ ଜଙ୍ଗଲୀ ହାତୀଙ୍କ ଉପଦ୍ରବ…

ଆମେ ଚାହିଁଲେ ଏକ ସୁନ୍ଦର ସବୁଜ ପରିବେଶ ଗଢ଼ିପାରିବା

ଭୁବନେଶ୍ୱର,୨।୧୧: ଆମେ ପରିବେଶ ପ୍ରଦୂଷଣ ବଢ଼ୁଛି ବୋଲି କହୁଛେ। ହେଲେ ପରିବେଶ ସୁରକ୍ଷା ପାଇଁ ଆମେ କେତେ ଉତ୍ତରଦାୟୀ ହେଉଛୁ? ସତରେ ଆମେ ପରିବେଶ ସୁରକ୍ଷା ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?