ଖଡିଆଳ ଓକିଲ ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ

ଖଡିଆଳ,୮।୮(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ଓକିଲ ସଂଘ ତରଫରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଇଛି । ଖଡିଆଳ, ସିନପାଲି, ବୋଡେନ ଅଞ୍ଚଳର ସମସ୍ତ ମାମଲାକୁ ଖଡିଆଳ ସିନିୟର ସିଭିଲ ଜଜ୍‌ ତଥା ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ବିଚାର ନ କରି ନୂଆପଡା ଜିଲା ଦୌରା ଜଜ୍‌ଙ୍କ କୋର୍ଟରେ ବିଚାର କରାଯାଇଥିବା ନିଷ୍ପତ୍ତିକୁ ଖଡିଆଳ ଓକିଲ ସଂଘ କର୍ମକର୍ତ୍ତାମାନେ ତୀବ୍ର ବିରୋଧ କରିଛନ୍ତି । ଏହାର ପ୍ରତିବାଦରେ ବୁଧବାର ସକାଳ ୧୦ଟାରେ ଖଡିଆଳ କୋର୍ଟ ପରିସରରେ ଖଡିଆଳ, ବୋଡେନ, ସିନାପାଲି ବ୍ଲକର ସମସ୍ତ ଆଇନଜୀବୀମାନେ ଏକତ୍ରିତ ହୋଇ ଏକ ପ୍ରତିବାଦ ସଭା କରିବା ସହିତ ସବୁ ପ୍ରକାର କୋର୍ଟ କାମକୁ ବର୍ଜନ କରିଛନ୍ତି । ସେମାନଙ୍କ ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି । ଏହି ଆନ୍ଦୋଳନରେ ଖଡିଆଳ ଓକିଲ ସଂଘର ସଭାପତି ତୁଳସୀ ତାଣ୍ଡି, ବରିଷ୍ଠ ଆଇନଜୀବୀ ସାରଦା ପ୍ରସାଦ ପଣ୍ଡା, ସମ୍ପାଦକ ସୁବ୍ରତ ସେନାପତି, ସହସମ୍ପାଦକ ସଚିନ୍ଦ୍ର ମୋହନ ଯୋଶୀ, ଆଇନଜୀବୀ ଅସିତ ମହାପାତ୍ର, ଅଭିନବ ନାୟକ, ସଞ୍ଜୟ ମହାପାତ୍ର, ମନୋରଞ୍ଜନ ମହାପାତ୍ର, ସୁରେଶ ପ୍ରଧାନୀ, ଜିତେନ୍ଦ୍ର ପ୍ରଧାନୀ, ଗିରିଧାରୀ ବିଭାର, ସୁରେଶ ମେହେର, ମନୋରଞ୍ଜନ ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri