ନୂଆଦିଲ୍ଲୀ,୧୭।୫-ଦେଶର ଖଣିଜ ଉତ୍ତୋଳନ କ୍ଷେତ୍ରରେ ଏଫ୍ଡିଆଇ ଆକୃଷ୍ଟ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏହି କ୍ଷେତ୍ରରେ ଅଭିବୃଦ୍ଧି ଏବଂ ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଲାଗି ଷ୍ଟେଟ ଅଫ୍ ଆର୍ଟ ଟୋକ୍ନୋଲୋଜି ବ୍ୟବହାରକୁ ଗୁରୁତ୍ୱ ଦିଆଯାଇଛି। ନିରନ୍ତର ଉତ୍ତୋଳନ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ମୁକ୍ତ ଏବଂ ସ୍ବଚ୍ଛ ନିଲାମ ପ୍ରକ୍ରିୟାରେ ୫୦୦ ଖଣିଜ ବ୍ଲକ ନିଲାମ କରିବାକୁ ଯୋଜନା ରଖାଯାଇଛି। ଏହି ଯୋଜନା ଅନ୍ତର୍ଗତ ବକ୍ସାଇଟ ଏବଂ ଖୋଇଲା ଖଣି ମିଳିତ ଭାବେ ନିଲାମ ହୋଇ ପାରିବ। ଉକ୍ତ ନିଷ୍ପତ୍ତି ଦ୍ୱାରା ଆଲୁମିନିୟମ ଶିଳ୍ପରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ହେବା ସହ ବିଦ୍ୟୁତ୍ ଖର୍ଚ୍ଚ କମିବା ଦିଗରେ ଯୋଗଦାନ ରଖିବ। ଖଣି କ୍ଷେତ୍ରରେ ସଂସ୍କାର ଦ୍ୱାରା କ୍ୟାପ୍ଟିଭ ଏବଂ ଅଣ କ୍ୟାପ୍ଟିଭ ଖଣି ମଧ୍ୟରେ ରହିଥିବା ପାର୍ଥକ୍ୟ ଦୂର ହେବ। ଖଣି ଏବଂ ଉତ୍ପାଦନ କ୍ଷେତ୍ରରେ ଦକ୍ଷତା ଲାଗି ବ୍ୟବହାର ହୋଇପାରୁ ନ ଥିବା ବଳକା ଖଣିଜକୁ ବିକ୍ରି ପାଇଁ ପଦକ୍ଷେପ ନିଆଯିବ। ଖଣି ଲିଜ୍କୁ ମଧ୍ୟ ଟ୍ରାନ୍ସଫର କରାଯାଇପାରିବ। ବିଭିନ୍ନ ଖଣିଜ ଲାଗି ଖଣି ମନ୍ତ୍ରଣାଳୟ ବର୍ତ୍ତମାନ ମିନେରାଲ ଇଣ୍ଡେକ୍ସ ପ୍ରସ୍ତୁତ କରୁଛି। ମାଇନିଂ ଲିଜ୍ ପ୍ରଦାନ କ୍ଷେତ୍ରରେ ଦେବାକୁ ପଡୁଥିବା ଷ୍ଟାମ୍ପ ଡ୍ୟୁଟି କ୍ଷେତ୍ରରେ ମଧ୍ୟ ହ୍ରାସ ହେବ ବୋଲି ଜଣାପଡିଛି।
ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି
ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…
ଡିଜିଟାଲ୍ ଯୁଗରେ ବି କ୍ୟାଶ୍ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା
ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…
ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…
ମହଙ୍ଗା ହେଲା ସିଗାରେଟ୍: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି
ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…
ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ
ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…
ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…
ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…
ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର
ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…
ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI
ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…
Archives

