ତାଳଚେର,୩୧ା୭(ନି.ପ୍ର.)-୫ ଦଫା ଦାବି ନେଇ ଭାଜପା ପକ୍ଷରୁ ତାଳଚେର କୋଲ୍ ଫିଲଡସରେ ଖଣି ବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ୬ ଦିନ ଧରି ଏମ୍ସିଏଲ୍ର ଏଠାରେ ଥିବା ହିଙ୍ଗୁଳା, ବଳରାମ, ଜଗନ୍ନାଥ, ଲିଙ୍ଗରାଜ, ଭୁବନେଶ୍ୱରୀ, ଭରତପୁର, ଅନନ୍ତ କୋଇଲା ଖଣି ଓ କଣିହଁା ସମେତ ୧୦ ଗୋଟି ଖଣିରୁ କୋଇଲା ଉତ୍ତୋଳନ ସହ ପରିବହନ ଠପ୍ ହୋଇଯାଇଛି। ନାଲ୍କୋ, ଏନ୍ଟିପିସି, ଟିଟିପିଏସ୍ ସହ ରାଜ୍ୟ ବାହାରକୁ କୋଇଲା ଯୋଗାଣ ମଧ୍ୟ ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି।
ଭରତପୁର କୋଇଲା ଖଣିରେ ମାଟି ଅତଡା ଧସିବା ପରେ ଜୁଲାଇ ୨୫ ଠାରୁ ଭାଜପା ପକ୍ଷରୁ ଏହି ଆନ୍ଦୋଳନ ଡାକରା ଦିଆଯାଇଛି। ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ, ପରିବାରର ଜଣଙ୍କୁ ନିଯୁକ୍ତି, ଠିକାସଂସ୍ଥା ଓ ଏମ୍ସିଏଲ୍ ବିରୋଧରେ ଉଚ୍ଚସ୍ତରୀୟ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ, ତାଳଚେର କୋଲ୍ ଫିଲଡସରେ କାର୍ଯ୍ୟରତ ସମସ୍ତ ଶ୍ରମିକଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ଦାବି ରହିଛି। ଭାଜପା ସାଧାରଣ ସମ୍ପାଦକ କାଳନ୍ଦୀ ସାମଲଙ୍କ ନେତୃତ୍ୱରେ ସଦସ୍ୟମାନେ ଏହି ଆନ୍ଦୋଳନ ଚଳାଇଛନ୍ତି। ଆନ୍ଦୋଳନକାରୀ ସକାଳ ଠାରୁ ବିଭିନ୍ନ କୋଇଲା ଖଣିର ଜେନେରାଲ ମ୍ୟାନେଜରଙ୍କ ଅଫିସ, ପ୍ରକଳ୍ପ ଅଧିକାରୀଙ୍କ ଅଫିସ, ଟାଇମ୍ ଅଫିସ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଖଣି କାର୍ଯ୍ୟକୁ ବନ୍ଦ କରାଉଛନ୍ତି। ସୂଚନାଯୋଗ୍ୟ ଯେ, ତାଳଚେର କୋଲ୍ ଫିଲଡସରୁ ଦୈନିକ ୨ଲକ୍ଷ ୧୦ ହଜାର ଟନ କୋଇଲା ଉତ୍ତୋଳନ ହୋଇଥାଏ। ସେହିପରି ଦୈନିକ ୫୦ରୁ ଊର୍ଦ୍ଧ୍ୱ ର଼୍ୟାକ୍ ଯୋଗେ କୋଇଲା ରାଜ୍ୟ ଓ ରାଜ୍ୟ ବହାରକୁ ପଠାଯାଇଥାଏ।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ…
ପୁରୀ,୨୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…
କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ
ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…
ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ
ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…
ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ
ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…
ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା
ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…
ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…
ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…
ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ
ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…
ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର
ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…
Archives

