ଖଣିରେ ନିଯୁକ୍ତି ଓ ପରିବହନ ବିବାଦ: ଦୁଇ ଗୋଷ୍ଠୀ ମୁହାଁମୁହିଁ 

ଯୋଡ଼ା, ୪।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି ଖଣିରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଓ ପରିବହନ ସୁବିଧା ଦେବାପାଇଁ ମାରାଙ୍ଗବୁରୁ ଡେଭେଲପମେଣ୍ଟ କମିଟି ଦାବି କରି ଆସୁଥିବାବେଳେ ଏହାକୁ ଅନ୍ୟ କେତେକ ସ୍ଥାନୀୟ ଲୋକ ବିରୋଧ କରୁଛନ୍ତି। ବୁଧବାର ପୂର୍ବାହ୍ନରେ ମାରାଙ୍ଗବୁରୁ ଡେଭେଲପମେଣ୍ଟ କମିଟି ପକ୍ଷରୁ ଖଣିର ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦେଇଥିଲେ। ଖଣି କର୍ତ୍ତୃପକ୍ଷ ଦାବି ପୂରଣ ନେଇ କୌଣସି ଆଲୋଚନ ନ କରିବାରୁ କମିଟି ପକ୍ଷରୁ ଏହି ଧାରଣା ଦିଆଯାଇଥିଲା। ଏମାନଙ୍କୁ ବିରୋଧ କରୁଥିବା ନିକଟବର୍ତ୍ତୀ କେତେକ ଗ୍ରାମର ଶତାଧିକ ମହିଳାପୁରୁଷ ଠେଙ୍ଗା ବାଡି ଧରି ଅପରାହ୍ନ ବେଳକୁ ଖଣିର ପରିବହନ ଗେଟ୍‌ ସମ୍ମୁଖରେ ପହଞ୍ଚି ଅନଶନକାରୀଙ୍କ ଉପରେ ଚଢ଼ାଉ କରିଥିଲେ। ସେଠାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବାରୁ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ବାମେବାରୀ ଥାନା ଓଆଇସି ପରେଶ କୁମାର ମହାନ୍ତି ଏକ ପ୍ଲାଟୁନ୍‌ ଫୋର୍ସ ସହ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ଏହି ସମୟ ମଧ୍ୟରେ ଧାରଣାକାରୀମାନେ ଉତ୍ତେଜିତ ହୋଇ ପ୍ରତିଆକ୍ରମଣ କରିବାକୁ ଉଦ୍ୟତ ହୋଇଥିଲେ। ପୋଲିସ ଉଭୟ ପକ୍ଷଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଉଭୟ ପକ୍ଷ ଖଣି ପରିସରରୁ ନ ହଟିବାକୁ ଜିଦ୍‌ ଧରିଥିଲେ। ପରିସ୍ଥିତି ଅଣାୟତ ହେବାରୁ ଅପରାହ୍ନ ୩ଟା ସମୟରେ ଯୋଡା ଥାନା ଆଇଆଇସି ରାଇସେନ ମୁର୍ମୁ ଏବଂ ତହସିଲଦାର କ୍ଷୀରୋଦ କୁମାର ବେହେରା ପହଞ୍ଚି ଉଭୟ ପକ୍ଷଙ୍କୁ ବୁଝାଶୁଝା କରି ଖଣିର ପରିବହନ କାର୍ଯ୍ୟ ଚାଲୁ କରିଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୪ଟା ସମୟରେ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ବଡବିଲ ତହସିଲଦାର ବେହେରା ଉଭୟ ପକ୍ଷର ମୁଖ୍ୟଙ୍କୁ ଡକାଇ ଏହାର ସମାଧାନ କରାଯିବ ବୋଲି କହିଥିଲେ। ଖବର ଲେଖା ହେଲା ବେଳକୁ ପରିସ୍ଥିତି ମଧ୍ୟ ଉତ୍ତେଜନା ପୂର୍ଣ୍ଣ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri