ଖଣିରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ: କ୍ରୋମ ଭ୍ୟାଲିରେ ଅଚଳାବସ୍ଥା ଦୂର ଦିଗରେ ପଦକ୍ଷେପ ଦାବି

ଡୁବୁରୀ,୨୭।୮(ଡି.ଏନ୍‌.ଏ.)- ସୁକିନ୍ଦା କ୍ରୋମ ଭ୍ୟାଲିରୁ ଖଣିଜ ଦ୍ରବ୍ୟ ବୋଝେଇ କ୍ଷେତ୍ରରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଯାଜପୁର ଜିଲାପାଳଙ୍କ ପଦକ୍ଷେପ ଉପରେ ସୁକିନ୍ଦା ମିନେରାଲ ଟ୍ରକ ମାଲିକ ସଂଘ ଆପତ୍ତି ଉଠାଇଛି। ସୋମବାର ସନ୍ଧ୍ୟାରେ ସଂଘ ମୁଖ୍ୟ କାର୍ଯ୍ୟାଳୟ ଡୁବୁରୀଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସଂଘ ଏପରି ଅଭିଯୋଗ କରିଛି। ୧୯୮୪ରୁ ସୁକିନ୍ଦା ମିନେରାଲ ଟ୍ରକ୍‌ ମାଲିକ ସଂଘ, ପରିବହନ ସଂସ୍ଥା, ଖଣିମାଲିକଙ୍କ ସହ ଉତ୍ତମ ସମ୍ପର୍କ ରଖି କାର୍ଯ୍ୟ କରିଆସୁଛି। ହେଲେ ଗତ ୨୦ ତାରିଖରେ ଜିଲାପାଳଙ୍କ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ନିର୍ଦ୍ଦେଶ ଫଳରେ ରାଜ୍ୟର ଯେ କୌଣସି ଗାଡି ଖଣିରେ ପ୍ରଥମେ ବୋଝେଇ ସୁଯୋଗ ପାଇବେ। ଏହି କ୍ରମରେ ସୁକିନ୍ଦା ମିନେରାଲ ସଂଘ ଅଧିନରେ ଥିବା ଗାଡିଗୁଡିକୁ ରାଜ୍ୟର ପାରାଦୀପ, ଅନୁଗୋଳ, ତାଳଚେର ଆଦି ସ୍ଥାନରେ ଥିବା ଖଣିଗୁଡିକରୁ ସୁବିଧା ମିଳିବା ଅଦକାର। ତେଣୁ ଫାଷ୍ଟ କମ ଫାଷ୍ଟ ଲୋଡିଂ କାର୍ଯ୍ୟକାରୀ କରିବା ଦିଗରେ ଜିଲାପାଳ ଟ୍ରକ ମାଲିକ ସଂଘ ସହ ଆଲୋଚନା କରି କ୍ରୋମ ଭ୍ୟାଲିରେ ଅଚଳାବସ୍ଥା ଦୂର କରିବା ଦିଗରେ ପଦକ୍ଷେପ ନେବାକୁ ସଂଘ ଜିଲାପାଳଙ୍କ ନିକଟରେ ଦାବି କରିଛି। ଖବରଦାତା ସମ୍ମିଳନୀରେ ଯୁଗ୍ମ ସମ୍ପାଦକ ବିଜୟ କୁମାର ରାଜ, ଉପ ସଭାପତି ସଞ୍ଜୟ କୁମାର ରାଉତ, ଅଭିଜିତ ଦାସ, ସୁଜିତ କୁମାର ରାଉତ, ପ୍ରଶାନ୍ତ କୁମାର ମହାରଣା, ଗୋପବନ୍ଧୁ ଦାସ, ଅଶ୍ୱନୀ କୁମାର ରାଉତ, ବିଶ୍ୱଜିତ ପାତ୍ର, ରଞ୍ଜନ କୁମାର ନାୟକ, ସଞ୍ଜୟ କୁମାର ଦେଓ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri