ଖଣିସଂସ୍ଥା ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ଜିଲା ପ୍ରଶାସନର ପ୍ରୟାସ

କାଳିଆପାଣି,୩୦।୪(ଡିଏନଏ)- ଲକ୍‌ଡାଉନ ଯୋଗୁ ଯାଜପୁର ଜିଲାରେ ମାସେରୁ ଊର୍ଦ୍ଧ୍ୱ ସମୟ ଧରି ଖଣିସଂସ୍ଥାଗୁଡ଼ିକ ପ୍ରଭାବିତ ହୋଇଛି। କିଛି ଖଣିରେ ଆଶିଂକଭାବେ କ୍ରୋମ ଉତ୍ତୋଳନ ଓ ପରିବହନ ହେଉଥିବାବେଳେ ଏହାକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ପାଇଁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କାଳିଆପାଣିସ୍ଥିତ ଓଡ଼ିଶା ଖଣିନିଗମ ଅତିଥି ଭବନରେ ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ଅତିରିକ୍ତ ଜିଲାପାଳ ମିହିର ମହାନ୍ତି, କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ ମିଶ୍ର, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ସୁକିନ୍ଦା ତହସିଲଦାର ବୁଲବୁଲ ବେହେରା, ବିଡିଓ ବିଶ୍ୱଜିତ ଦାସ, କଳିଙ୍ଗନଗର ଆରକ୍ଷୀ ଅଧୀକ୍ଷକ ରାଜକିଶୋର ଦୋରା, କାଳିଆପାଣି ଥାନାଧିକାରୀ ରମାକାନ୍ତ ମୁଦୁଲୀ, ଖଣି ନିରୀକ୍ଷକ ଅସିତ ବେହେରା, ବିଭିନ୍ନ ଖଣି ପରିଚାଳକମାନେ ଆଲୋଚନାରେ ଭାଗ ନେଇଥିଲେ। ଖଣି କାର୍ଯ୍ୟାଳୟ ପରିସରରେ କ୍ୱାରାଣ୍ଟାଇନ ସେଣ୍ଟର ତିଆରି କରିବା ସହ ସାମାଜିକ ଦୂରତ୍ୱ ବଜାୟ ରଖିବା, ମାସ୍କ ପିନ୍ଧା କରାଇବା ପାଇଁ ଉପସ୍ଥିତ ଖଣି କର୍ତ୍ତୃପକ୍ଷ ପ୍ରତିନିଧିଙ୍କୁ କୁହାଯାଇଥିଲା। ଖଣିରେ କାର୍ଯ୍ୟ କରୁଥିବା ଶ୍ରମିକ ଓ କର୍ମଚାରୀ ନିଜ କମ୍ପାନୀର ପରିଚୟ ପତ୍ର ଦେଖାଇ ଆସିପାରିବେ। ସେହିପରି କର୍ମଚାରୀମାନେ ଆସୁଥିବା ବସ୍‌ ଓ ଖଣିକୁ ଆସୁଥିବା ଅନ୍ୟ ସମସ୍ତ ପ୍ରକାର ଗାଡ଼ିକୁ ସାନିଟାଇଜ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ବୈଠକରେ ଜିଲାପାଳଙ୍କ ସହ କ୍ରୋମାଇଟ ପରିବହନ କରୁଥିବା ସଂସ୍ଥା ପ୍ରତିନିଧିଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା। ଟ୍ରକ ଡ୍ରାଇଭରଙ୍କୁ ପରିବହନ ଠିକାସଂସ୍ଥା ମାସ୍କ ଦେବା ସହ କରୋନା ସମ୍ବନ୍ଧରେ ସଚେତନ କରାଇ ପରିବହନ କରିବେ। ଡ୍ରାଇଭର ସମ୍ପୂର୍ଣ୍ଣ ଘରର ଠିକଣା ଓ ବିବରଣୀ ପରିବହନ ସଂସ୍ଥା ରଖିବା ସହ ଦୈନନ୍ଦିନର କାର୍ଯ୍ୟ ବିବରଣୀ ଠିକାସଂସ୍ଥା ନିକଟରେ ଦାଖଲ କରିବା ପରେ ହିଁ ପୁନର୍ବାର ଖଣିରେ ଲୋଡିଂ ପାଇଁ ଅନୁମତି ମିଳିବ। ଯେଉଁ ଡ୍ରାଇଭରମାନେ ହଟସ୍ପଟ ଅଞ୍ଚଳକୁ ଲୋଡିଂ ନେଇ ଯିବେ ସେମାନେ ସର୍ବଦା ସାମାଜିକ ଦୂରତ୍ୱ ବଜାୟ ରଖିବା ସହ କେଉଁ କେଉଁ ସ୍ଥାନ ଓ ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି ତାହାର ସମ୍ପୂର୍ଣ୍ଣ ବିବରଣୀ ଦେବାକୁ କୁହାଯାଇଛି। ଏହି ବିବରଣୀରେ ତ୍ରୁଟି ପରିଲକ୍ଷିତ ହେଲେ ଡ୍ରାଇଭରଙ୍କୁ ୧୪ଦିନ ପର୍ଯ୍ୟନ୍ତ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯିବ ବୋଲି ଜିଲାପାଳ କଡ଼ା ନିର୍ଦ୍ଦେଶ ଦେଇଥିଲେ। ଏହାକୁ ପରଚାଳନା କରିବା ପାଇଁ ନୋଡାଲ ଅଫିସରଭାବେ ଖଣି ନିରୀକ୍ଷକ ବେହେରାଙ୍କୁ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?