କାଳିଆପାଣି,୨୬|୬(ଡି.ଏନ୍.ଏ.)- ସୁକିନ୍ଦା ବ୍ଲକ ଖଣି ଅଞ୍ଚଳରେ ଦୈନନ୍ଦିନ ଟ୍ରାଫିକ୍ ସମସ୍ୟା ବଢିବାରେ ଲାଗିଛି। ଖଣିକୁ କ୍ରୋମାଇଟ ଲୋଡିଂ ପାଇଁ ଆସୁଥିବା ଟ୍ରକ୍ଗୁଡିକ ଉପରେ ପ୍ରଶାସନ ପକ୍ଷରୁ ଆଖି ଦୃଶିଆ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଏପରି ହେଉଥିବା ଅଭିଯୋଗ ହୋଇଛି। ଖଣି ଅଞ୍ଚଳରେ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବ୍ୟବସ୍ଥା ୬ ଚକିଆ ଟ୍ରକ୍ କ୍ଷେତ୍ରରେ ପ୍ରଶାସନ ପକ୍ଷରୁ କଡାକଡିଭାବେ ପାଳନ କରାଯାଉଛି। କିନ୍ତୁ ୧୦,୧୨ ଓ ୧୪ ଚକିଆ ଟ୍ରକ୍ କ୍ଷେତ୍ରରେ ଏହା ଲାଗୁ କରାଯାଇ ପାରି ନାହଁି। ଅପରପକ୍ଷେ ବିଭିନ୍ନ ଖଣି ପାଇଁ ହୋଇଥିବା ପାର୍କିଂ ୟାର୍ଡରେ ଛଅ ଚକିଆ ଟ୍ରକ୍ଗଡିକ ରହୁଥିବାବେଳେ ଅନ୍ୟ ଟ୍ରକ୍ଗୁଡ଼ିକ ଟମକା- ମଙ୍ଗଳପୁର ରାସ୍ତା ଉପରେ ପାର୍କିଂ କରାଯାଉଛି। ବିଶେଷକରି ଖଣି ନିଗମ ଦ୍ୱାରା ନିର୍ମିତ କୋଳିପଶୀ ପାର୍କିଂୟାର୍ଡରୁ ଲୋଡିଂ ନିମନ୍ତେ ଖଣିକୁ ଆସୁଥିବା ଟ୍ରକ୍ଗୁଡିକ ଏକା ସମୟରେ ସିରିୟଲରେ ଛାଡାଯାଉଛି। ଏହି ସମୟରେ ରାସ୍ତାର ଦୁଇ ପାର୍ଶ୍ୱରେ ଟ୍ରକଗୁଡିକ ରହୁଥିବାରୁ ଘଣ୍ଟାଘଣ୍ଟା ଧରି ଟ୍ରାଫିକ୍ ସମସ୍ୟା ଦେଖାଦେଉଛି। ସେହିପରି ଓଏମ୍ସି ଟାଉନସିପ୍ ନିକଟରେ ରହିଥିବା ଟିସ୍କୋ ରାସ୍ତାରେ ମଧ୍ୟ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଖଣି ନିଗମ ପରିବହନ ଓ ଖଣି କାର୍ଯ୍ୟକୁ ସୁଚାରୁ ରୂପେ ପରିଚାଳନା କରିବା ନିମନ୍ତେ ରାଜ୍ୟ ଗୃହ ବିଭାଗର ଓଆଇଏସ୍ଏଫ (ଓଡିଶା ଇଣ୍ଡସଷ୍ଟ୍ରିୟାଲ ସିକ୍ୟୁରିଟି ଫୋର୍ସ ) ନିଯୁକ୍ତି କରାଯାଇଛି। ହେଲେ ଖଣି ଅଞ୍ଚଳରେ ନିଗମ ଦ୍ୱାରା ଉପୁଜିଥିବା ସମସ୍ୟାଗୁଡିକର ସମାଧାନ କରିବା ଦିଗରେ ସଂସ୍ଥା ସମ୍ପୂର୍ଣ୍ଣ ବିଫଳ ହୋଇଥିବା ଅଭିଯୋଗ ହୋଇଛି। ଗୁରୁତର ଟ୍ରାଫିକ ସମସ୍ୟା ଦ୍ୱାରା ସ୍କୁଲ ଛାତଛାତ୍ରୀ, ରୋଗୀଙ୍କ ଠାରୁ ଆରମ୍ଭକରି ସାଧାରଣ ଯାତ୍ରୀ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହୋଇଛି। ତୁରନ୍ତ ସ୍ଥାନୀୟ ପ୍ରଶାସନ ଏହା ଉପରେ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବାକୁ ଯୁବନେତା ବୁଲୁ ମହାନ୍ତି, ଦିଲୀପ ମହାନ୍ତି, ଦିଲୀପ ପାତ୍ର ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ କାଳିଆପାଣି ଥାନା ଅଧିକାରୀ ରମାକାନ୍ତ ମୁଦୁଲୀଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ଏ ବାବଦରେ ସେ କୌଣସି ପ୍ରତିକ୍ରିୟା ଦେଇ ନ ଥିଲେ।
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
Archives

