ଖଣି ଅଞ୍ଚଳରେ ବେରୋଜଗାରି ଚିନ୍ତା

ଯୋଡ଼ା, ୧୪।୩(ଡିିଏନ.ଏ.)- ରାଜ୍ୟ ସରକାରଙ୍କ ଖଣି ନିଲାମ ପ୍ରକ୍ରିୟା ପରେ ସ୍ଥାନୀୟ ଖଣିରେ କାର୍ଯ୍ୟରତ ଶ୍ରମିକ , ବନ୍ଦ ଥିବା ଖଣି ଗୁଡିକର ଶ୍ରମିକ ଏବଂ ଖଣି ସଂସ୍ଥା ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ନିର୍ଭରଶୀଳ ଥିବା ହଜାର ହଜାର ଲୋକଙ୍କ ଜୀବନ ଜୀବିକା ସମସ୍ୟା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ା ପୂର୍ବରୁ ଖଣିରେ କାର୍ଯ୍ୟ କରୁଥିବା ଶ୍ରମିକ, କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ମିଳିବ କି ନାହିଁ ତାହା ଏଯାଏ ଅସ୍ପଷ୍ଟ ରହିଛି। ସରକାରଙ୍କ ପକ୍ଷରୁ ଏନେଇ କୌଣସି ନିଷ୍ପତ୍ତି ନିଆଯାଇ ନ ଥିବା ଅଭିଯୋଗ ହେଉଛି। ଏଭଳି ସ୍ଥିତିରେ ସ୍ଥାନୀୟ ଖଣି ଅଞ୍ଚଳରେ ଧାରଣା , ଆନ୍ଦୋଳନ ଓ ବିକ୍ଷୋଭ ପ୍ରଦର୍ଶନ ଏକ ନିତିଦିନିଆ ଘଟଣା ହୋଇଛି। ଏପରି କି କେତେକ ସ୍ଥାନୀୟ ଗୋଷ୍ଠୀ ମଧ୍ୟରେ ଏ ନେଇ ଏକ ପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଛି ା କେତେକ ନିଜର ନ୍ୟସ୍ତ ସ୍ବାର୍ଥ ହାସଲ ପାଇଁ ଏଭଳି ଆନ୍ଦୋଳନକୁ ଉସୁକାଉଥିବା ପାଳଟା ଅଭିଯୋଗ ହେଉଛି। ଏଭଳି ସ୍ଥିତି ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବାରେ କେତେଦୂର ସହାୟକ ହେବ ସେ ନେଇ ସାଧାରଣରେ ଚର୍ଚ୍ଚା ହେଉଥିବା ଲକ୍ଷ୍ୟ କରାଯାଉଛି। ଅନ୍ୟପକ୍ଷେ ନିଲାମ ପ୍ରକ୍ରିୟାରେ ଖଣି କମ୍ପାନୀଗୁଡିକ ବହୁ ପ୍ରତିଶତ ମୂଲ୍ୟରେ ଖଣି ହାତଉଥିବା ବେଳେ ପୂର୍ବରୁ କାର୍ଯ୍ୟ କରୁଥିବା ଶ୍ରମିକ, କର୍ମଚାରୀଙ୍କୁ ନିଯୁକ୍ତି ଦେବେ କି ନାହିଁ କିଛି ସ୍ପଷ୍ଟ କରି ନ ଥିବାରୁ ଯୋଡା ବିକାଶ ପରିଷଦର ସଭାପତି ନିରଞ୍ଜନ ବହିଦାର ତାଙ୍କ ପ୍ରତିକ୍ରିୟାରେ ଚିନ୍ତା ପ୍ରକଟ କରିଛନ୍ତି। ା ଜୁରୁଡି ଅଞ୍ଚଳର ଖଣି ପରିବହନ ବ୍ୟବସାୟୀ ସୁରେନ୍ଦ୍ର ନାଥ ମହାନ୍ତିି କହଛନ୍ତି, ଖଣି ଶ୍ରମିକଙ୍କ ପ୍ରତି ସରକାରଙ୍କ ଅଣଦେଖା ଓ ନିଯୁକ୍ତିକୁ ନେଇ ଅସ୍ପଷ୍ଟ ନୀତି ଯୋଗୁ ଅଞ୍ଚଳବାସୀଙ୍କ ଜୀବିକା ବିଶେଷ ପ୍ରଭାବିତ ହେବା ଆଶଙ୍କା ରହିଛି। ରାଜ୍ୟ ସରକାର ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବା ଉଚିତ । ଏ ସମ୍ପର୍କରେ ଭାରତୀୟ ମଜଦୁର ସଂଘର ଜିଲା ସମ୍ପାଦକ ଡାକ୍ତର ମହାନ୍ତ କହିଛନ୍ତି, ଖଣି ଶ୍ରମିକଙ୍କୁ ନିଯୁକ୍ତି ଦେବା ଦାବି କରି ଶସ୍ତା ଲୋକପ୍ରିୟତା ହାସଲ କରିବା ଲକ୍ଷ୍ୟରେ କେତେକ ଉଦ୍ୟମ କରିବା ଚିନ୍ତାର ବିଷୟ। ତେବେ ଏସବୁ ସମସ୍ୟା ସମେତ ଶ୍ରମିକଙ୍କ ପୁନଃ ନିଯୁକ୍ତି ଦାବି ନେଇ ପୂର୍ବରୁ ସଂଘ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିବା ସେ କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ହାଟଡ଼ିହିରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ: ପ୍ରତିଯୋଗିତାରେ ବିଜେତା ଛାତ୍ରୀଛାତ୍ର ଜିଲା…

ହାଟଡିହୀ/ଛେନାପଦୀ,୨୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଉଚ୍ଚ ବିଦ୍ୟାଳୟରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ହିନ୍ଦୀ ଶିକ୍ଷୟତ୍ରୀ ମିତାରାଣୀ ବିଶ୍ୱାଳଙ୍କ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?