ଖଣି ଖାଦାନରେ ୧୪୪ ଧାରା ଜାରିକୁ ବିରୋଧ: ରେଞ୍ଜ କାର୍ଯ୍ୟାଳୟ ଘେରାଉ କଲେ ଗ୍ରାମବାସୀ

ଖୁଣ୍ଟା,୧ା୧୦(ଡି.ଏନ୍‌.ଏ.)-ଖୁଣ୍ଟା ତହସିଲ ଅଧିନ ତଥା ଶିମିଳିପାଳ ପାଦଦେଶରେ ଥିବା ବିଭିନ୍ନ ବେଆଇନ ଖଣି ଖାଦାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସୋମବାର ଏହାକୁ ବିରୋଧ କରି ଶିମିଳିପାଳ ପାଦଦେଶରେ ଥିବା ଗ୍ରାମବାସୀମାନେ ଡୁକୁରା ରେଞ୍ଜ କାର୍ଯ୍ୟାଳୟକୁ ଘେରାଉ କରିଥିଲେ। ବନଖଣ୍ଡ ଅଧିକାରୀଙ୍କ ଉଦ୍ଦେଶ୍ୟରେ ଲଧରା ସିଂ, ଚନ୍ଦ୍ରମୋହନ ସିଂ, ଟୁନା ସିଂ, ମଙ୍ଗଳ ସିଂ ଓ କୈଳାସ ସିଂ ପ୍ରମୁଖ ସମେତ ଶତାଧିକ ଗ୍ରାମବାସୀ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ଶିମିଳିପାଳ ତଳିଆ ଅଞ୍ଚଳ ତଥା ଖୁଣ୍ଟା ଓ ବଡ଼ସାହି ଥାନା ଅଧୀନ ୧୧ଟି ଗ୍ରାମର ବାସିନ୍ଦା ସାମିଲ ହୋଇଥିଲେ। ଦିନ ପ୍ରାୟ ୧୨ ଟା ସମୟରେ ଗ୍ରାମବାସୀମାନେ ଡୁକୁରା ରେଞ୍ଜ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟ ଫାଟକରେ ତାଲା ପଡିଥିବା ଦେଖିଥିଲେ। ସେମାନେ ତାଲାକୁ ଭାଙ୍ଗି କାର୍ଯ୍ୟାଳୟ ପରିସରକୁ ଧସେଇ ପଶିିଯାଇଥିଲେ। ଖବର ପାଇ ଡୁକୁରା ଫାଣ୍ଡି ପୋଲିସ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିଥିଲେ। ଗ୍ରାମବାସୀମାନେ ଡେପୁଟି ରେଞ୍ଜ ଅଧିକାରୀ କେଦାର ନାଥ ମଲିକଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଗ୍ରାମବାସୀଙ୍କ ଦାବି ଅନୁଯାଇ ସେମାନେ ଚାଷ ଉପରେ ନିର୍ଭର କରି ଚଳିଆସୁଥିବା ବେଳେ ସମ୍ପୃକ୍ତ ଅଞ୍ଚଳରେ ଜଳସେଚନର ସୁବିଧା ନାହିଁ । ଏ ସମ୍ପର୍କରେ ପୂର୍ବରୁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଅଦ୍ୟାବଧି ଜଳସେଚନର କୌଣସି ସୁବିଧା କରାଯାଇ ନାହିଁ। ଫଳରେ ବିଭିନ୍ନ ସମୟରେ ବର୍ଷାର ଅନିୟମିତତା ଯୋଗୁଁ ଚାଷ କାର୍ଯ୍ୟ ଠିକ ଭାବେ ହୋଇପାରୁନାହିଁ। ଗ୍ରାମବାସୀମାନେ ଗ୍ରାମ୍ୟ ଜଙ୍ଗଲରୁ ମୁଗୁନି ପଥର ସଂଗ୍ରହ କରିବା ସହିତ ସେଗୁଡିକୁ ବିକି ପରିବାର ଚଳାଇ ଆସୁଥିଲେ। ମାତ୍ର ଗତ ଅଗଷ୍ଟ ମାସରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯିବା ପରେ ସେମାନଙ୍କ ଜୀବନ ଜୀବିକା ଦୁର୍ବିସହ ହୋଇପଡିଛି। ତୁରନ୍ତ ୧୪୪ ଧାରା ହଟାଯାଉ ବୋଲି ଗ୍ରାମବାସୀ ଉକ୍ତ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି। ଏ ସମ୍ପର୍କରେ ଡିଏଫଓ ସ୍ବୟମ ମଲ୍ଲିକଙ୍କୁ ପଚାରିବାରୁ ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରାଯାଇଥିବା ଓ ଗ୍ରାମବାସୀଙ୍କ ଦାବି ସମ୍ପର୍କରେ ସେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri