ଖଣି ଖାଦାନରେ ୧୪୪ ଧାରା ଜାରିକୁ ବିରୋଧ: ରେଞ୍ଜ କାର୍ଯ୍ୟାଳୟ ଘେରାଉ କଲେ ଗ୍ରାମବାସୀ

ଖୁଣ୍ଟା,୧ା୧୦(ଡି.ଏନ୍‌.ଏ.)-ଖୁଣ୍ଟା ତହସିଲ ଅଧିନ ତଥା ଶିମିଳିପାଳ ପାଦଦେଶରେ ଥିବା ବିଭିନ୍ନ ବେଆଇନ ଖଣି ଖାଦାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସୋମବାର ଏହାକୁ ବିରୋଧ କରି ଶିମିଳିପାଳ ପାଦଦେଶରେ ଥିବା ଗ୍ରାମବାସୀମାନେ ଡୁକୁରା ରେଞ୍ଜ କାର୍ଯ୍ୟାଳୟକୁ ଘେରାଉ କରିଥିଲେ। ବନଖଣ୍ଡ ଅଧିକାରୀଙ୍କ ଉଦ୍ଦେଶ୍ୟରେ ଲଧରା ସିଂ, ଚନ୍ଦ୍ରମୋହନ ସିଂ, ଟୁନା ସିଂ, ମଙ୍ଗଳ ସିଂ ଓ କୈଳାସ ସିଂ ପ୍ରମୁଖ ସମେତ ଶତାଧିକ ଗ୍ରାମବାସୀ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ଶିମିଳିପାଳ ତଳିଆ ଅଞ୍ଚଳ ତଥା ଖୁଣ୍ଟା ଓ ବଡ଼ସାହି ଥାନା ଅଧୀନ ୧୧ଟି ଗ୍ରାମର ବାସିନ୍ଦା ସାମିଲ ହୋଇଥିଲେ। ଦିନ ପ୍ରାୟ ୧୨ ଟା ସମୟରେ ଗ୍ରାମବାସୀମାନେ ଡୁକୁରା ରେଞ୍ଜ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟ ଫାଟକରେ ତାଲା ପଡିଥିବା ଦେଖିଥିଲେ। ସେମାନେ ତାଲାକୁ ଭାଙ୍ଗି କାର୍ଯ୍ୟାଳୟ ପରିସରକୁ ଧସେଇ ପଶିିଯାଇଥିଲେ। ଖବର ପାଇ ଡୁକୁରା ଫାଣ୍ଡି ପୋଲିସ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିଥିଲେ। ଗ୍ରାମବାସୀମାନେ ଡେପୁଟି ରେଞ୍ଜ ଅଧିକାରୀ କେଦାର ନାଥ ମଲିକଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଗ୍ରାମବାସୀଙ୍କ ଦାବି ଅନୁଯାଇ ସେମାନେ ଚାଷ ଉପରେ ନିର୍ଭର କରି ଚଳିଆସୁଥିବା ବେଳେ ସମ୍ପୃକ୍ତ ଅଞ୍ଚଳରେ ଜଳସେଚନର ସୁବିଧା ନାହିଁ । ଏ ସମ୍ପର୍କରେ ପୂର୍ବରୁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଅଦ୍ୟାବଧି ଜଳସେଚନର କୌଣସି ସୁବିଧା କରାଯାଇ ନାହିଁ। ଫଳରେ ବିଭିନ୍ନ ସମୟରେ ବର୍ଷାର ଅନିୟମିତତା ଯୋଗୁଁ ଚାଷ କାର୍ଯ୍ୟ ଠିକ ଭାବେ ହୋଇପାରୁନାହିଁ। ଗ୍ରାମବାସୀମାନେ ଗ୍ରାମ୍ୟ ଜଙ୍ଗଲରୁ ମୁଗୁନି ପଥର ସଂଗ୍ରହ କରିବା ସହିତ ସେଗୁଡିକୁ ବିକି ପରିବାର ଚଳାଇ ଆସୁଥିଲେ। ମାତ୍ର ଗତ ଅଗଷ୍ଟ ମାସରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯିବା ପରେ ସେମାନଙ୍କ ଜୀବନ ଜୀବିକା ଦୁର୍ବିସହ ହୋଇପଡିଛି। ତୁରନ୍ତ ୧୪୪ ଧାରା ହଟାଯାଉ ବୋଲି ଗ୍ରାମବାସୀ ଉକ୍ତ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି। ଏ ସମ୍ପର୍କରେ ଡିଏଫଓ ସ୍ବୟମ ମଲ୍ଲିକଙ୍କୁ ପଚାରିବାରୁ ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରାଯାଇଥିବା ଓ ଗ୍ରାମବାସୀଙ୍କ ଦାବି ସମ୍ପର୍କରେ ସେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri