ଖଣି ଦୁର୍ଘଟଣା ମୃତକଙ୍କ ପରିବାରକୁ ସହାୟତା ରାଶି ଦେଲେ ରାଜ୍ୟ ସରକାର: ଅଧିକ କ୍ଷତିପୂରଣ ପାଇଁ ଆଲୋଚନା ହେବ

ଅନୁଗୋଳ ଅଫିସ, ୩୧।୭-ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣାରେ ପ୍ରାଣ ହରାଇଥିବା ୪ ଶ୍ରମିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷିତ ସହାୟତା ରାଶି ମଙ୍ଗଳବାର ପ୍ରଦାନ କରାଯାଇଛି। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂ ମୃତକଙ୍କ ପରିବାରକୁ ଭେଟି ରାଜ୍ୟ ସରକାରଙ୍କ ପ୍ରଦତ୍ତ ୫ ଲକ୍ଷ ଟଙ୍କା ଲେଖାଏର ଚେକ୍‌ ପ୍ରଦାନ କରିଥିଲେ। ଏଥିସହ ସମ୍ପୃକ୍ତ ପରିବାରଗୁଡ଼ିକୁ କିପରି ଅଧିକ କ୍ଷତିପୂରଣ ପ୍ରଦାନ କରାଯାଇପାରିବ ସେ ନେଇ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ଓ କେନ୍ଦ୍ର ସରକାରଙ୍କ ଅଧିକାରୀମାନଙ୍କ ସହ କଥା ହେବେ ବୋଲି ମନ୍ତ୍ରୀ ସିଂ ପ୍ରତିଶ୍ରୁତି ଦେଇଥିଲେ।
ଏହି ସହାୟତା ପ୍ରଦାନ ପାଇଁ ଆସିଥିବା ମନ୍ତ୍ରୀ ସିଂ ପ୍ରଥମେ ଅନୁଗୋଳ ସର୍କିଟ ହାଉସରେ ପହଞ୍ଚି ସେଠାରେ ଜିଲାପାଳ ମନୋଜ କୁମାର ମହାନ୍ତି, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରାଙ୍କ ସହ ଆଲୋଚନା କରିଥିଲେ। ଏହାପରେ ସେ ମୃତକଙ୍କ ପରିବାର ଲୋକଙ୍କୁ ଭେଟିବାକୁ ତାଳଚେର ଗସ୍ତ କରିଥିଲେ। ମନ୍ତ୍ରୀ ସିଂ ପ୍ରଥମେ କୁକୁଡ଼ାଙ୍ଗ ଗାଁରେ ପହଞ୍ଚି ମୃତ ଶ୍ରମିକ ପିପୁନ ବିଶ୍ୱାଳଙ୍କ ପରିବାରକୁ ଭେଟି ସହାୟତା ରାଶି ପ୍ରଦାନ କରିଥିଲେ। ପରେ ଗୋବରା ଅଞ୍ଚଳର ମୃତ ସୁପରଭାଇଜର ରଶ୍ମିରଞ୍ଜନ ବେହେରା, ଲକେଇପଶିର ମୃତ ସିକ୍ୟୁରିଟି ଗାର୍ଡ ରମେଶ ଦାସ ଓ ପରେ ଶିବରାମପୁରର ମୃତ ପମ୍ପ ଖଲାସୀ ରାଜକିଶୋର ମହାପାତ୍ରଙ୍କ ପରିବାରକୁ ଚେକ୍‌ ପ୍ରଦାନ କରିଥିଲେ। ଏହି ସହାୟତା ରାଶି ପ୍ରଦାନ ସମୟରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ କହିଥିଲେ ଯେ, ତାଳଚେର ଖଣିରେ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଏକ ଦୁଃଖଦ ଘଟଣା। ମୃତକଙ୍କ ପରିବାର ପାଖକୁ ଯାଇ ଏହି ସହାୟତା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ପଠାଇଛନ୍ତି। ଏଥିସହ ଅନ୍ୟ ସମସ୍ୟା ସମ୍ପର୍କରେ ବୁଝିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେଉଁ ଖଣି, ଫ୍ୟାକ୍ଟ୍ରିରେ ଏପରି ଦୁର୍ଘଟଣା ଘଟୁଛି ତୁରନ୍ତ ତାହାର ସମାଧାନ କରାଯିବା ସହ କ୍ଷତିପୂରଣ ପ୍ରଦାନ କରାଯାଉଛି। ତାଳଚେର ଭରତପୁରରେ ଥିବା ଏମ୍‌ସିଏଲ୍‌ର କୋଇଲା ଖଣି କେନ୍ଦ୍ର ସରକାରଙ୍କ ଅଧୀନରେ ରହିଛି। ତେବେ ଦାୟିତ୍ୱରେ ଥିବା ସମ୍ପୃକ୍ତ ଅଧିକାରୀମାନଙ୍କୁ ଡାକି ସୁରକ୍ଷା ସମ୍ପର୍କରେ ଆଲୋଚନା କରାଯାଇଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri