ଖଣି ଦୁର୍ଘଟଣା ମୃତକଙ୍କ ପରିବାରକୁ ସହାୟତା ରାଶି ଦେଲେ ରାଜ୍ୟ ସରକାର: ଅଧିକ କ୍ଷତିପୂରଣ ପାଇଁ ଆଲୋଚନା ହେବ

ଅନୁଗୋଳ ଅଫିସ, ୩୧।୭-ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣାରେ ପ୍ରାଣ ହରାଇଥିବା ୪ ଶ୍ରମିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷିତ ସହାୟତା ରାଶି ମଙ୍ଗଳବାର ପ୍ରଦାନ କରାଯାଇଛି। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂ ମୃତକଙ୍କ ପରିବାରକୁ ଭେଟି ରାଜ୍ୟ ସରକାରଙ୍କ ପ୍ରଦତ୍ତ ୫ ଲକ୍ଷ ଟଙ୍କା ଲେଖାଏର ଚେକ୍‌ ପ୍ରଦାନ କରିଥିଲେ। ଏଥିସହ ସମ୍ପୃକ୍ତ ପରିବାରଗୁଡ଼ିକୁ କିପରି ଅଧିକ କ୍ଷତିପୂରଣ ପ୍ରଦାନ କରାଯାଇପାରିବ ସେ ନେଇ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ଓ କେନ୍ଦ୍ର ସରକାରଙ୍କ ଅଧିକାରୀମାନଙ୍କ ସହ କଥା ହେବେ ବୋଲି ମନ୍ତ୍ରୀ ସିଂ ପ୍ରତିଶ୍ରୁତି ଦେଇଥିଲେ।
ଏହି ସହାୟତା ପ୍ରଦାନ ପାଇଁ ଆସିଥିବା ମନ୍ତ୍ରୀ ସିଂ ପ୍ରଥମେ ଅନୁଗୋଳ ସର୍କିଟ ହାଉସରେ ପହଞ୍ଚି ସେଠାରେ ଜିଲାପାଳ ମନୋଜ କୁମାର ମହାନ୍ତି, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରାଙ୍କ ସହ ଆଲୋଚନା କରିଥିଲେ। ଏହାପରେ ସେ ମୃତକଙ୍କ ପରିବାର ଲୋକଙ୍କୁ ଭେଟିବାକୁ ତାଳଚେର ଗସ୍ତ କରିଥିଲେ। ମନ୍ତ୍ରୀ ସିଂ ପ୍ରଥମେ କୁକୁଡ଼ାଙ୍ଗ ଗାଁରେ ପହଞ୍ଚି ମୃତ ଶ୍ରମିକ ପିପୁନ ବିଶ୍ୱାଳଙ୍କ ପରିବାରକୁ ଭେଟି ସହାୟତା ରାଶି ପ୍ରଦାନ କରିଥିଲେ। ପରେ ଗୋବରା ଅଞ୍ଚଳର ମୃତ ସୁପରଭାଇଜର ରଶ୍ମିରଞ୍ଜନ ବେହେରା, ଲକେଇପଶିର ମୃତ ସିକ୍ୟୁରିଟି ଗାର୍ଡ ରମେଶ ଦାସ ଓ ପରେ ଶିବରାମପୁରର ମୃତ ପମ୍ପ ଖଲାସୀ ରାଜକିଶୋର ମହାପାତ୍ରଙ୍କ ପରିବାରକୁ ଚେକ୍‌ ପ୍ରଦାନ କରିଥିଲେ। ଏହି ସହାୟତା ରାଶି ପ୍ରଦାନ ସମୟରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ କହିଥିଲେ ଯେ, ତାଳଚେର ଖଣିରେ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଏକ ଦୁଃଖଦ ଘଟଣା। ମୃତକଙ୍କ ପରିବାର ପାଖକୁ ଯାଇ ଏହି ସହାୟତା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ପଠାଇଛନ୍ତି। ଏଥିସହ ଅନ୍ୟ ସମସ୍ୟା ସମ୍ପର୍କରେ ବୁଝିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେଉଁ ଖଣି, ଫ୍ୟାକ୍ଟ୍ରିରେ ଏପରି ଦୁର୍ଘଟଣା ଘଟୁଛି ତୁରନ୍ତ ତାହାର ସମାଧାନ କରାଯିବା ସହ କ୍ଷତିପୂରଣ ପ୍ରଦାନ କରାଯାଉଛି। ତାଳଚେର ଭରତପୁରରେ ଥିବା ଏମ୍‌ସିଏଲ୍‌ର କୋଇଲା ଖଣି କେନ୍ଦ୍ର ସରକାରଙ୍କ ଅଧୀନରେ ରହିଛି। ତେବେ ଦାୟିତ୍ୱରେ ଥିବା ସମ୍ପୃକ୍ତ ଅଧିକାରୀମାନଙ୍କୁ ଡାକି ସୁରକ୍ଷା ସମ୍ପର୍କରେ ଆଲୋଚନା କରାଯାଇଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri