ଖଣି ବନ୍ଦ ଆନ୍ଦୋଳନରୁ ଓହରିଲା ଭାଜପା

ତାଳଚେର,୧ା୮(ନି.ପ୍ର.) – ପ୍ରଶାସନ ଓ ଏମ୍‌ସିଏଲ୍‌ର ଅନୁରୋଧ କ୍ରମେ ଭାଜପା ପକ୍ଷରୁ ୫ ଦଫା ଦାବି ନେଇ ଚାଲିଥିବା ଖଣି ବନ୍ଦ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି ବୋଲି ଭାଜପା ସାଧାରଣ ସମ୍ପାଦକ କାଳନ୍ଦୀ ସାମଲ ବୁଧବାର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଅପରାହ୍ନରେ ସ୍ଥାନୀୟ ହୋଟେଲରେ ଭାଜପା ସାଧାରଣ ସମ୍ପାଦକ କହିଲେ ଯେ, ଭରତପୁର କୋଇଲା ଖଣି ଦୁର୍ଘଟଣା ପରେ ଭାଜପା ପ୍ରତିନିଧି ଦଳ ଘଟଣାସ୍ଥଳ ପରିଦର୍ଶନ କରି ଏଭଳି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ ସେଥିପାଇଁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯିବାକୁ ଉପଜିଲାପାଳଙ୍କୁ ଅନୁରୋଧ କରାଯାଇଥିଲା। କିନ୍ତୁ ଉପଜିଲାପାଳ ଅକ୍ଷମତା ପ୍ରକାଶ କରିବା ପରେ ୨୫ ତାରିଖ ଅପରାହ୍ନଠାରୁ ଖଣି ବନ୍ଦ ଆନ୍ଦୋଳନ କରାଯାଇଥିଲା। ୬ଦିନ ପରେ ବୁଧବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦଳର ଦାବି ପ୍ରଶାସନ ଓ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ମାନି ନେବା ସହ ଆନ୍ଦୋଳନରୁ ଓହରିଯିବାକୁ ଅନୁରୋଧ କରିଥିଲେ। ଫଳରେ ଭାଜପା ଆନ୍ଦୋଳନରୁ ଓହରି ଯାଇଛି। ସମସ୍ତ ଅନୁଷ୍ଠାନ, ଶ୍ରମିକନେତା ଓ ଅଞ୍ଚଳବାସୀ ଆନ୍ଦୋଳନରେ ସହଯୋଗ କରିଥିବାରୁ ଭାଜପା ସାଧାରଣ ସମ୍ପାଦକ କୃତଜ୍ଞତା ଜଣାଇଥିଲେ। ଏଥିରେ ବ୍ଲକ ଅଧ୍ୟକ୍ଷ ବୃନ୍ଦାବନ ବେହେରା, ଶ୍ରମିକ ନେତା ବିରଞ୍ଚି ସାହୁ, ବରିଷ୍ଠ ଆଇନଜୀବୀ ପେସ୍କାର ଗଡନାୟକ, ରେଳମଣ୍ଡଳ ସଭାପତି ବରୁଣ ସାହୁ, ପ୍ରକାଶ ମହାରଣା, ଭାଜପା ମିଡିଆସେଲର ପର୍ଶୁରାମ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri