ଖଣ୍ଡଗିରିରେ ହେବ ବସ୍‌ ଡିପୋ ନିର୍ମାଣ: ଖର୍ଚ୍ଚହେବ ୧୬୦.୬୬ କୋଟି, ୨୪ ମାସରେ ପ୍ରକଳ୍ପ ନିର୍ମାଣ ପାଇଁ ଦିନ ଧାର୍ଯ୍ୟ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବରମୁଣ୍ଡା ବସ୍‌ଷ୍ଟାଣ୍ଡର ଆଧୁନିକୀକରଣ କରାଯିବ। ଏହାକୁ ଅତ୍ୟାଧୁନିକ ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ପରିଣତ କରାଯିବ। ଏଥିସହିତ ବରମୁଣ୍ଡାଠାରେ ଥିବା ରାଜ୍ୟ ସଡ଼କ ପରିବହନ ନିଗମର ବସ୍‌ ଡିପୋକୁ ଖଣ୍ଡଗିରିକୁ ସ୍ଥାନାନ୍ତର କରାଯିବ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା ଦିଆଯାଇଥିବା ଏହି ୨ ପ୍ରସ୍ତାବକୁ ଗୁରୁବାର କ୍ୟାବିନେଟ ମଞ୍ଜୁରୀ ଦେଇଛି। ବରମୁଣ୍ଡାଠାରେ ବସ୍‌ ଓ ଯାତ୍ରୀମାନଙ୍କ ପାଇଁ ୧ ଲକ୍ଷ ୩୧ ହଜାର ୭୩୦ ବର୍ଗଫୁଟର ଟର୍ମିନାଲ ନିର୍ମାଣ କରାଯିବା ସହିତ ୧ଲକ୍ଷ ୭୦ ହଜାର ୯୧୨ ବର୍ଗଫୁଟ ବ୍ୟବସାୟିକ ପ୍ରତିଷ୍ଠାନ, ୩୫ଟି ବସ୍‌ ବେ ଏବଂ ୧୯୦ଟି ବସ୍‌ ପାର୍କିଂ କରିବା ପାଇଁ ବ୍ୟବସ୍ଥା କରାଯିବ। ଏଥିସହିତ ଜନସାଧାରଣଙ୍କ ସୁବିଧା ପାଇଁ ୨୫୦ରୁ ଊର୍ଦ୍ଧ୍ୱ ଚାରିଚକିଆ ଯାନ ଏବଂ ୧୭୫ ଦୁଇ ଚକିଆ ଯାନ ରଖିବା ପାଇଁ ପାର୍କିଂ ବ୍ୟବସ୍ଥା ହେବ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ୱାରା କରାଯାଇଥିବା ଟେଣ୍ଡର ମାଧ୍ୟମରେ ଏହାର ନିର୍ମାଣ ଦାୟିତ୍ୱ ବ୍ରିଜ୍‌ ଆଣ୍ଡ୍‌ ରୁଫ୍‌ କମ୍ପାନୀ, ଇଣ୍ଡିଆ ନାମକ ଏକ ସଂସ୍ଥାକୁ ଦିଆଯାଇଛି। ଏହି ୨ଟି ପ୍ରକଳ୍ପ ନିର୍ମାଣ ପାଇଁ ୧୬୦ କୋଟି ୬୬ ଲକ୍ଷ ୫୪ ହଜାର ଟଙ୍କା ଖର୍ଚ୍ଚ ହେବ। ଏହାକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଏହା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ୨ ବର୍ଷ ମଧ୍ୟରେ ଶେଷ ହେବ। ଏହାଛଡ଼ା ଉକ୍ତ ସଂସ୍ଥା ଉଭୟ ବସ୍‌ ଟର୍ମିନାଲ ଓ ବସ୍‌ ଡିପୋର ୫ ବର୍ଷ ପାଇଁ ରକ୍ଷଣାବେକ୍ଷଣା ଦାୟିତ୍ୱ ତୁଲାଇବେ। ଏହି ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କୁ ସମସ୍ତ ପ୍ରକାର ଅତ୍ୟାଧୁନିକ ତଥା ଓ୍ବାଇଫାଇ, ପାନୀୟ ଜଳ, ଇ-ଟିକେଟିଂ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri