ଖଣ୍ଡହତା ସେବା ସମବାୟ ସଭାପତିଙ୍କୁ ହତ୍ୟା ସନ୍ଦେହ

ଅମରପାଲି,୨୦।୯(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଖଣ୍ଡହତା ସେବା ସମବାୟ ସମିତିର ସଭାପତି ପ୍ରଦୀପ ବିଶ୍ୱାଳଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ପ୍ରଦୀପଙ୍କ ଘର ଖଣ୍ଡହତା ପଞ୍ଚାୟତର ପୁଇପାଣି ଗ୍ରାମରେ। ଏପରିକି ଖଣ୍ଡହତାରେ ମଧ୍ୟ ତାଙ୍କର ଘର ଏବଂ ଏକ ଔଷଧ ଦୋକାନ ରହିଛି। ସବୁଦିନଭଳି ଗୁରୁବାର ରାତି ୯ଟାରୁ ୧୦ଟା ମଧ୍ୟରେ ସେ ଦୋକାନ ବନ୍ଦ କରି ଘରକୁ ଏକା ଫେରୁଥିବା ପରିବାରଲୋକଙ୍କୁ ଜଣାଇଥିଲେ। ହେଲେ ଏଥିରେ ବିଳମ୍ବ ହେବାରୁ ତାଙ୍କୁ ଖୋଜା ଯାଇଥିଲା। ପରେ ଘରଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ସୋନପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।

ସୂଚନାଯୋଗ୍ୟ, ପ୍ରଦୀପ ଖଣ୍ଡହତା ସମବାୟ ସମିତିର ସଭାପତି ଏବଂ ବିଜେଡିର ଜଣେ ନେତା ଥିଲେ। ଏହାସହ ତାଙ୍କ ସ୍ତ୍ରୀ ପୂର୍ବରୁ ବୀରମହାରାଜପୁର ପଞ୍ଚାୟତ ସମିତିର ଉପାଧ୍ୟକ୍ଷ ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri