ଖଦି ବୋର୍ଡ ପକ୍ଷରୁ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଖଦି ଆନ୍ଦୋଳନର ମୂଳଦୁଆ ଓଡ଼ିଶାରୁ ପଡ଼ିଥିଲା। ଆନ୍ଦୋଳନକୁ ବ୍ୟାପକ କରିବାରେ ଓଡ଼ିଶାର ପ୍ରମୁଖ ଭୂମିକା ରହିଥିଲା। ଓଡ଼ିଶା ମୋତେ ଖଦି ଶିକ୍ଷା ଦେଇଥିବା ମହାତ୍ମା ଗାନ୍ଧୀ ନିଜେ ମୁକ୍ତକଣ୍ଠରେ ସ୍ବୀକାର କରିଥିଲେ। ଓଡ଼ିଶାର ଘୋର ଦାରିଦ୍ର୍ୟ ତାଙ୍କୁ ଛୋଟ ଖଦି ପିନ୍ଧିବା ଶିଖାଇଥିଲା ବୋଲି କହିଥିଲେ। ପରବର୍ତ୍ତୀ ସମୟରେ ଗ୍ରାମ ସ୍ବରାଜ ନାମରେ ଖଦି ଆନ୍ଦୋଳନକୁ ସ୍ବାଭିମାନ ଓ ଅହିଂସା ସୂତ୍ରରେ ଗୁନ୍ଥି ଗାନ୍ଧିଜୀ ଭାରତବାସୀଙ୍କ ମନରେ ଖଦି ପ୍ରତି ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ ବୋଲି କହିଛନ୍ତି ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ। ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ପକ୍ଷରୁ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଆୟୋଜିତ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ସମାରୋହରେ ଯୋଗଦେଇ ପଟ୍ଟନାୟକ ଖଦି ସହ ଓଡ଼ିଶାର ସଂପୃକ୍ତି ବିଷୟରେ କହିଥିଲେ।
ଏହି ଅବସରରେ ଜଳ ସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଖଦି କାର୍ଯ୍ୟକ୍ରମକୁ ଅଧିକ ଲୋକାଭିମୁଖୀ କରି ଗରିବ ବୁଣାକାରଙ୍କୁ ପ୍ରୋତ୍ସାହନ ଯୋଗାଇଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଅଧ୍ୟକ୍ଷ ସଂଗ୍ରାମ କେଶରୀ ପାଇକରାୟ କାର୍ଯ୍ୟକ୍ରମରେ ପୌରୋହିତ୍ୟ କରି ଖଦି କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ଦିଗରେ ବୋର୍ଡ ଆଗାମୀ ଦିନରେ କାର୍ଯ୍ୟ କରିବ ବୋଲି କହିଥିଲେ। ବିଶେଷକରି ଯୁବଗୋଷ୍ଠୀଙ୍କୁ ଖଦି ପ୍ରତି ଆକୃଷ୍ଟ କରିବା ପାଇଁ ବିଶେଷ ଧ୍ୟାନ ଦିଆଯିବ ବୋଲି ସେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଅମରେଶ ପତ୍ରୀ, ମସତ୍‌ୟ ଓ ଯାଅଁଳ ଉନ୍ନୟନ ନିଗମ ଅଧ୍ୟକ୍ଷ ଅସିତ୍‌ ପଟ୍ଟନାୟକ, କ୍ଷୁଦ୍ର ଶିଳ୍ପ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ, ମହିଳା ଓ ଶିଶୁ ବିକାଶ ବିଭାଗ ଉପଦେଷ୍ଟା ସୁଲତା ଦେଓ, ବୋର୍ଡ ସଦସ୍ୟ ରବି ଲାବଣ୍ୟ ଓ ସୌଭାଗ୍ୟ ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସକାଳେ ଖଦି ବୋର୍ଡ କାର୍ଯ୍ୟାଳୟ ପରିସରରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ଖଦି ସୂତା ଓ ମାଲ୍ୟାର୍ପଣ କରାଯାଇଥିଲା। ବିଜୁ ଯୁବ ବାହିନୀର ପୂର୍ବତନ ଅଧ୍ୟକ୍ଷ ଅରୂପ ପଟ୍ଟନାୟକ, ସିଓ୍ବାଇଏସ୍‌ଡି ସଦସ୍ୟ ସଚିବ ଜଗଦାନନ୍ଦ, ଓଡ଼ିଶା ରାଜ୍ୟ ପର୍ଯ୍ୟଟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମହିଳା ଶିଶୁ ବିକାଶ ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଉପଦେଷ୍ଟା ସୁଲୋଚନା ଦାସ ପ୍ରମୁଖ ଏଥିରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri