ଖପ୍ରାଖୋଲରେ ଅଙ୍ଗନୱାଡ଼ି କର୍ମୀଙ୍କୁ କରୋନା ସମ୍ପର୍କିତ ତାଲିମ

ଲାଠୋର, ୭ା୪(ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ ଅନ୍ତର୍ଗତ ମସିଣା ଅଙ୍ଗନୱାଡ଼ି କେନ୍ଦ୍ରରେ ମଙ୍ଗଳବାର ଅଙ୍ଗନୱାଡ଼ି କର୍ମୀଙ୍କୁ କରୋନା ସମ୍ପର୍କିତ ତାଲିମ ପ୍ରଦାନ କରାଯାଇଛି। ମହିଳା ସ୍ବାସ୍ଥ୍ୟକର୍ମୀ ଲତା ଭୂଏ ସାନଗୁର୍ଜିଭଟା ସବସେଣ୍ଟର ଅଧିନରେ କାର୍ଯ୍ୟରତ। ଅଙ୍ଗନୱାଡ଼ି କର୍ମୀଙ୍କୁ ନେଇ ତାଲିମ ପ୍ରଦାନ କରିଥିଲେ। ପ୍ରତି ଗ୍ରାମର ଅଙ୍ଗନୱାଡ଼ି, ଆଶାକର୍ମୀ ୱାର୍ଡମେମ୍ବର ଓ କେତେକ ସଚେତନ ନାଗରିକଙ୍କୁ ନେଇ ଲୋକଙ୍କୁ ମହାମାରୀ କରୋନାରୁ କିପରି ରକ୍ଷା କରାଯାଇ ପାରିବ ସେ ସମ୍ପର୍କରେ ସଚେତନ କରାଯିବ। କାହା ପାଖରେ କରୋନା ଲକ୍ଷଣ ଦେଖାଗଲେ ତୁରନ୍ତ ସ୍ବାସ୍ଥ୍ୟ ବିଭାଗକୁ ଖବର ଦେବା କିମ୍ବା ୧୦୪କୁ ଫୋନ କରି ଜଣାଇବାକୁ କୁହାଯାଇଥିଲା। ଏହି ଅବସରରେ ଅଙ୍ଗନୱାଡ଼ି କର୍ମୀ ହେମବତୀ ସୁନା, ସନ୍ଧ୍ୟାରାଣୀ ଗିରି, ରାଜକୁମାରୀ କଲେତ, ପଙ୍କଜିନୀ ବାଗ, ରୀତା ଧରୁଆଙ୍କ ସହ ୯ ଖଣ୍ଡ ଗ୍ରାମର ଅଙ୍ଗନୱାଡ଼ି କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri