ଖପ୍ରାଖୋଲରେ ବ୍ୟାପୁଛି ଝାଡାବାନ୍ତି

ଖପ୍ରଖୋଲ, ୩୦ା୯ (ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ସଦର ମହକୁମାରେ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ା ଶନିବାର ଆଠ ଜଣ ଆକ୍ରାନ୍ତ ହୋଇଥିବାବେଳେ ସୋମବାର ଏହି ସଂଖ୍ୟା ୧୩ରେ ପହଞ୍ଚିଛି ା ଦୂଷିତ ପାଣି ଯୋଗୁଁ ଏଭଳି ହୋଇଥିବା ଅନୁମାନ କରି ସ୍ବାସ୍ଥ୍ୟ ବିଭାଗ ପାଇପ ଜଳ ଯୋଗାଣ ବନ୍ଦ କରାଇଛି। ଏଥିସହିତ ଗାଁରେ ସଚେତନତା ପାଇଁ ସଭା କରାଯାଇଛି। ମାଇକ ଯୋଗେ ପ୍ରଚାର କରାଯାଇ ଲୋକଙ୍କୁ ସଚେତନ କରାଯାଉଛି। ପାଣି ଫୁଟାଇ ପିଇବା, ନଳକୂଅ ପାଣି ବ୍ୟବହାର, ନିଜ ଘର ଚାରିପାଖ ସଫା କରିବା, ହେଲୋଜିନ ବଟିକା ଓ ବ୍ଲିଚିଙ୍ଗ ପାଉଡର ବଣ୍ଟନ ଆଦି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହି ଅବସରରେ ଜିଲା ମହାମାରୀ ବିଶେଷଜ୍ଞ ଡା.ସତୀଶ କୁମାର ନାଏକ ପହଞ୍ଚି ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଏହି ଅବସରରେ ପ୍ରହରି ମଣ୍ଡପଠାରେ ଏକ ସଚେତନତା ସଭା ବ୍ଲକ ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ବାଳଚନ୍ଦ୍ର ଛତ୍ରିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ମହାମାରୀ ବିଶେଷଜ୍ଞ ଡା. ନାଏକ, ଡା.ମିନତୀ ହେମ୍ରମ୍‌, ସ୍ବାସ୍ଥ୍ୟକର୍ମୀ ସୁଶୀଲ କୁମାର ଭୋଇ, ଏଏନଏମ୍‌ ରୀତାଞ୍ଜଳି ସାହୁ, ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ, ସ୍ବୟଂ ସହାୟକ ଦଳ ମହିଳା ପ୍ରମୁଖ ଉପସ୍ଥିତ ଥିଲେ ା ସନ୍ଧ୍ୟାରେ ପାଟଣାଗଡ ବିଧାୟକ ସରୋଜ କୁମାର ମେହେର ଖପ୍ରାଖୋଲ ଡାକ୍ତରଖାନାରେ ପହଞ୍ଚି ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ ା ଏ ନେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସର ଡା. ଉତ୍କଳମଣି ମେହେରଙ୍କୁ ପଚାରିବାରୁ ବର୍ତ୍ତମାନ ଖପ୍ରାଖୋଲ ଡାକ୍ତରଖାନାରେ ୩ ଜଣ, ପାଟଣାଗଡରେ ୪ଜଣ ଏବଂ ବଲାଙ୍ଗୀର ଡାକ୍ତରଖାନାରେ ଜଣେ ଚିକିତ୍ସିତ ହେଉଛନ୍ତି। ଅନ୍ୟ ପାଞ୍ଚ ଆକ୍ରାନ୍ତଙ୍କୁ ଚିକିତ୍ସା ପରେ ସେମାନଙ୍କ ଘରକୁ ପଠାଇ ଦିଆଯାଇଛି। ସ୍ଥିତି ନିୟନ୍ତ୍ରଣାଧୀନ ଥିବା ଡାକ୍ତର ମେହେର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri