‘ଖବରକାଗଜ ବିତରକଙ୍କୁ ବୀମାଭୁକ୍ତ କରାଯାଉ’

ପୁରୀ ଅଫିସ,୭ା୫ : ଲକ୍‌ଡାଉନ ପରିପ୍ରେକ୍ଷୀରେ କୌଣସି ସରକାରୀ ସହଯୋଗ ପାଇ ନ ଥିବାରୁ ପୁରୀ ଖବରକାଗଜ ବିତରକମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ବିତରକମାନେ ଜଣାଇଛନ୍ତି ଯେ, କରୋନା ଯୋଗୁ ଖବରକାଗଜ ବିତରଣରେ ସମସ୍ୟା ହେବାରୁ ସେମାନେ ବିତରଣ ବନ୍ଦ କରିଦେଇଥିଲେ। ସରକାରଙ୍କ ନିୟମ ମାନି ଘରେ ରହିଥିଲେ। ତେଣୁ ପରିବାର ପ୍ରତିପୋଷଣ କରିବା କଷ୍ଟକର ହେଉଛି। ଏଭଳି ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ସରକାର କିମ୍ବା କୌଣସି ଅନୁଷ୍ଠାନ ଦୃଷ୍ଟି ଦେବା ପାଇଁ ବିତରକମାନେ ନିବେଦନ କରିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ଭଳି ସେମାନେ ମଧ୍ୟ ଖରା, ବର୍ଷା, ଶୀତ କାକରରେ ଘର ଘର ବୁଲି ଖବରକାଗଜ ବିତରଣ କରିଥାନ୍ତି । ଏହି ସମୟରେ ଅନେକ ଦୁର୍ଘଟଣାର ସମ୍ମୁଖୀନ ହୋଇଥାନ୍ତି। ଏଥିପାଇଁ ସେମାନଙ୍କ ପରିବାରକୁ ସର୍ବସ୍ବାନ୍ତ ହେବାକୁ ପଡ଼ିିଥାଏ। ଏଭଳି ନଜିର ପୂର୍ବରୁ ରହିଛି। ସରକାର ଏ ଦିଗରେ ଦୃଷ୍ଟି ଦେବା ସହ ସେମାନଙ୍କୁ ବୀମାଭୁକ୍ତ କରିବା ପାଇଁ ଶାନ୍ତନୁ କୁମାର ସାହୁ, ଦିଲୀପ କୁମାର ମହାନ୍ତି, ବେଣୁଧର ସାହୁ, ବିଜୟ କୁମାର ସାହୁ, ବସନ୍ତ ପ୍ରଧାନ, ଚିତ୍ତରଞ୍ଜନ ସାହୁ, ଚନ୍ଦନ ମହାନ୍ତି ପ୍ରମୁଖ ବିତରକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri