ଖବରଦାତାଙ୍କୁ ଆକ୍ରମଣ

କେନ୍ଦୁଝର, ୨୨।୪(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ପୋଲିସ ବୁଧବାର ଲକ ଡାଉନ ପାଇଁ ରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ଜଣେ ଖବରଦାତାଙ୍କୁ ଆକ୍ରମଣ କରାଯାଇଛି। ଏହାକୁ ନେଇ ଟାଉନ ଥାନାରେ ସେ ଲିଖିତ ଅଭିଯୋଗ କରିଛନ୍ତି। ସେ ତାଙ୍କ ଅସୁସ୍ଥ ଝିଅ ସହିତ କାର୍‌ରେ ମେଡିକାଲ ଯାଉଥିବା ବେଳେ ଡେଲି ମାର୍କେଟ ନିକଟରେ ପୋଲିସ ତାଙ୍କୁ ଅଟକାଇଥିଲା। ସେ ନିଜର ପରିଚୟ ଦେବା ସହ ଡାକ୍ତରଖାନା ଯାଉଥିବା କହିଥିଲେ ହେଁ ଜଣେ କନଷ୍ଟେବଳ ପ୍ରଥମେ ଗାଳି ଗୁଲଜ କରିଥିଲେ। ପରେ ଅନ୍ୟ ଜଣେ ଏସଆଇ ଆସି ଗାଳି ଗୁଲଜ କରିବା ସହ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ଟାଉନ ଥାନା ଇନଚାର୍ଜ ଅମିତ ଭୂୟାଁ କହିଛନ୍ତି ଯେ, ଅଭିଯୋଗ ପାଇଛୁ। ରାସ୍ତାରେ ଡ୍ୟୁଟି ସମୟରେ ଯାଞ୍ଚ କରୁଥିବା ପୋଲିସ କର୍ମଚାରୀଙ୍କୁ ଉକ୍ତ ଖବରଦାତା ଆଶାଳୀନ ଆଚରଣ କରିବା ସହ ଆକ୍ରମଣ କରିଥିବା ନେଇ ଆଉ ଏକ ଅଭିଯୋଗ ମିଳିଛି। ଉଭୟ ଅଭିଯୋଗର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଏଭଳି ଘଟଣାକୁ ପ୍ରେସ କ୍ଲବ ପକ୍ଷରୁ ନିନ୍ଦା କରି ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କ୍ଳବ ସଭାପତି ସତ୍ୟ ନାରାୟଣ ମିଶ୍ର କହି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri