ଖବରଦାତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ଢେଙ୍କାନାଳ ଅଫିସ,୨୧ା୫

ଢେଙ୍କାନାଳ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ସୋମବାର ଜିଲାର ଶତାଧିକ ଖବରଦାତା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟାଳୟ(ଡିଆଇପିଆର୍‌ଓ) ଘେରାଉ କରିଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିଲା।
ଅଭିଯୋଗ ମୁତାବକ, ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ବାବଦରେ ଠିକ୍‌ ସମୟରେ ସୂଚନା ପ୍ରଦାନ କରିବାରେ କାର୍ଯ୍ୟାଳୟ ପକ୍ଷରୁ ଅବହେଳା କରାଯାଉଛି। ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ନବୀକରଣ ପାଇଁ ଅନାବଶ୍ୟକ କାଗଜାଦି ଓ ନ୍ୟୁଜ୍‌ କ୍ଲିପିଙ୍ଗ୍‌ ବାଧ୍ୟତାମୂଳକ ଭାବେ ପ୍ରଦାନ କରିବା ପାଇଁ ଜିଲା, ଉପଖଣ୍ଡ, ବ୍ଲକ ଓ ଗ୍ରାମାଞ୍ଚଳର ଖବରଦାତାଙ୍କ ଉପରେ ଚାପ ପ୍ରୟୋଗ କରାଯାଉଥିବାରୁ ଖବରଦାତାମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ୫ ଦିନ ତଳେ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ଏକ ସରକାରୀ ବୈଠକରେ ସ୍ବାସ୍ଥ୍ୟବୀମା ନବୀକରଣ ପାଇଁ ଖବରଦାତାମାନଙ୍କୁ କୌଣସି କାଗଜପତ୍ର ପ୍ରଦାନ କରିବାକୁ ପଡିବ ନାହିଁ ବୋଲି ଜିଲାପାଳ ନିଖିଳ ପଓ୍ବନ କଲ୍ୟାଣ ସମସ୍ତଙ୍କ ଉପସ୍ଥିତିରେ ସୂଚନା ଦେଇଥିଲେ। ହେଲେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଏହାକୁ ଖାତିର ନ କରି ପୁନର୍ବାର ବୀମା ନବୀକରଣ ପାଇଁ କାଗଜପତ୍ର ଦାଖଲ କରିବା ନିମନ୍ତେ ଖବରଦାତାମାନଙ୍କୁ ବାଧ୍ୟ କରାଇଥିବା ଖବରଦାତାମାନେ ଅଭିଯୋଗ କରିଛନ୍ତି। ପ୍ରତିବାଦରେ ଜିଲାର ଶତାଧିକ ଖବରଦାତା ଏକ ଶୋଭାଯାତ୍ରାରେ ବାହାରି ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟକୁ ଘେରାଉ କରିଥିଲେ। ଖବରପାଇ ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ସଦର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର, ଟାଉନ ଥାନା ଅଧିକାରୀ ଅଭିନବ ଡାଳୁଆ ପ୍ରମୁଖ ପହଞ୍ଚି ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହେମନ୍ତ କୁମାର ନାୟକଙ୍କ ଉପସ୍ଥିତିରେ ଖବରଦାତାଙ୍କ ସହ ଆଲୋଚନା କରିଥିଲେ। ଏହାପରେ ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ହେଉଥିବା ଅନିୟମିତତାର ତଦନ୍ତ, ଡିଆଇପିଆରଓଙ୍କୁ ବହିଷ୍କାର, ସ୍ବାସ୍ଥ୍ୟବୀମା ପ୍ରଦାନ କ୍ଷେତ୍ରରେ ଅଯଥାରେ ଖବରଦାତାମାନଙ୍କୁ ହଇରାଣ କରା ନ ଯିବା ଆଦି ଦାବିରେ ଏକ ଦାବିପତ୍ର ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ସେହିପରି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସଚିବ, ନିର୍ଦ୍ଦେଶକ ଏବଂ ଅତିରିକ୍ତ ନିର୍ଦ୍ଦେଶକଙ୍କୁ ମଧ୍ୟ ଏ ସଂକ୍ରାନ୍ତରେ ଲିଖିତ ଭାବେ ଅବଗତ କରାଯାଇଛି। ଏ ନେଇ ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର କୁହନ୍ତି, ଖବରପାଇ ଆମେ ଆସି ସମସ୍ତ ବିଷୟ ଜାଣିବା ପରେ ବୁଝାଶୁଝା କରିଥିଲୁ। ଖବରଦାତାମାନେ ପ୍ରଦାନ କରିଥିବା ଦାବିପତ୍ରକୁ ଗ୍ରହଣ କରି ଜିଲାପାଳଙ୍କୁ ପ୍ରଦାନ କରିବୁ। ଏ ସମ୍ପର୍କରେ ଜିଲାପାଳଙ୍କ ସହ ଆଲୋଚନା ପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?