ଖବରଦାତାଙ୍କୁ ଦୁର୍ବ୍ୟବହାର, ହତ୍ୟା ଧମକ

ଝାରସୁଗୁଡା ଅଫିସ,୨୦।୪: ଝାରସୁଗୁଡା ଜିଲାରେ କାର୍ଯ୍ୟରତ ଜଣେ ଖବରଦାତାଙ୍କୁ ବେଆଇନ ଭାବେ ବ୍ୟବସାୟ କରୁଥିବା କିଛି ଇଟା ଭାଟି ମାଲିକ ଦୁର୍ବ୍ୟବହାର ଓ ହତ୍ୟା ଧମକ ଦେଇଥିବା ବ୍ରଜରାଜନଗର ଥାନାରେ ଅଭିଯୋଗ ହୋଇଛି। ଖବରଦାତା ଜଣକ ବ୍ରଜରାଜନଗର ଥାନା ଅଧୀନ ବୁନ୍ଦିଆ ଗ୍ରାମରେ ଥିବା କିଛି ବେଆଇନ ଇଟାଭାଟି ସମ୍ପର୍କରେ ଖବର ସଂଗ୍ରହ କରିବାକୁ ଯାଇଥିଲେ। ହେଲେ ସେଠାରେ ଥିବା ୪ ଜଣ ବ୍ୟକ୍ତି ତାଙ୍କ ମୋବାଇଲ ଛଡାଇ ନେଇଥିଲେ। ଠେଲାପେଲା କରିବା ସହ ଗାଳିଗୁଲଜ କରିଥିଲେ। ଏ ନେଇ ଖବର ପରିବେଷଣ କରିଲେ ହତ୍ୟାର ଶିକାର ହେବେ ବୋଲି ଧମକ ଦେଇଥିଲେ । ଅନ୍ୟପକ୍ଷରେ ଅନ୍ୟଜଣେ ବ୍ୟକ୍ତି ଖବରଦାତାଙ୍କ ବାପାଙ୍କୁ ଫୋନ କରି ଧମକ ମଧ୍ୟ ଦେଇଛନ୍ତି । ତେବେ ଏହାକୁ ବିରୋଧ କରି ଝାରସୁଗୁଡାର ଖବରଦାତାମାନଙ୍କ ଏକ ପ୍ରତିନିଧି ଦଳ ସୋମବାର ଏସ୍‌ପି ଅଶ୍ୱିନୀ କୁମାର ମହାନ୍ତିଙ୍କୁ ଦେଖା କରିଛନ୍ତି। ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଘଟଣାକୁ ଗୁରୁତର ସହ ନେଇ ଅଭିଯୁକ୍ତମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ବ୍ରଜରାଜନଗର ଥାନା ଅଧିକାରୀଙ୍କୁ ଏସ୍‌ପି ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?