ଖବରଦାତାଙ୍କୁ ମଦ ବେପାରୀଙ୍କ ଆକ୍ରମଣ: ଏତଲା ପରେ ଜଣେ ଅଟକ

ପାତ୍ରପୁର,୨୧ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ଧରିତ୍ରୀ ଖବରଦାତା ଉମାଶଙ୍କର କରଙ୍କୁ ମଙ୍ଗଳବାର ରାତିରେ ମଦବେପାରୀ ଆକ୍ରମଣ କରିଛନ୍ତି। ଏନେଇ ଜରଡା ଥାନାରେ ଏତଲା ପରେ ନଂ.୭୩/୨୦ରେ ମାମଲା ରୁଜୁକରି ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ ଚଳାଇଛି।
ପ୍ରକାଶ ଯେ, ଗତ ଶନିବାର ଉମାଶଙ୍କରଙ୍କ ନିଜଗ୍ରାମ ଗୁଣ୍ଡ୍ରାରେ ଅବକାରୀ ବିଭାଗ ଚଢାଉ କରି ଚୋରାମଦ ବିକ୍ରି କରୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ରବିବାର ସେ ବେଲରେ ଆସିଥିଲେ। ମଙ୍ଗଳବାର ରାତିରେ ଉକ୍ତ ବ୍ୟକ୍ତି ଓ ତାଙ୍କ ବଡଭାଇ ମଦ ବିକ୍ରି ନେଇ ଅବକାରୀ ବିଭାଗକୁ ତୁମେ ଖବର ଦେଉଛ ବୋଲି କହି ଉମାଶଙ୍କରଙ୍କୁ ଆକ୍ରମଣ କରିଥିଲେ। ତାଙ୍କ ଆଖିରେ ଗଭୀର ଆଘାତ ଲାଗିଛି। ବୁଧବାର ପାତ୍ରପୁର, ଚିକିଟି ଓ ଦିଗପହଣ୍ଡି ବ୍ଲକର ଖବରଦାତା ଗଣମାଧ୍ୟମ ପ୍ରତିନିଧିଙ୍କୁ ଏପରି ଆକ୍ରମଣର ନିନ୍ଦା କରିବା ସହ ଜରଡା ଥାନାରେ ପହଞ୍ଚତ୍ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି କରିଛନ୍ତି। ଜରଡା ପୋଲିସ ଗ୍ରାମରେ ଚଢାଉ କରି ଜଣଙ୍କୁ ଥାନାକୁ ନେଇ ପଚରାଉଚରା ଚଳାଇଥିବାବେଳେ ଅନ୍ୟଜଣେ ଫେରାର ଥିବା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ କହିଛନ୍ତି। ଅନ୍ୟ ଜଣକୁ ମଧ୍ୟ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ଏମିତି…

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri