ଖବରଦାତାଙ୍କୁ ୨ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଶୁକ୍ରବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜ ବିଭାଗର କାର୍ଯ୍ୟାଳୟଠାରେ ଢେଙ୍କାନାଳ ଜିଲାର ଜଣେ କାର୍ଯ୍ୟରତ ଖବରଦାତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ୩୦ ବର୍ଷୀୟ ଖବରଦାତାଙ୍କ ଦୁଇଟି କିଡ୍‌ନୀ ସମ୍ପୂର୍ଣ୍ଣରୂପେ ଅଚଳ ହୋଇଯାଇଛି। ତାଙ୍କ ପରିବାର ପକ୍ଷରୁ କିଡ୍‌ନୀ ପ୍ରତିରୋପଣ କରିବା ସମ୍ଭବ ନ ଥିଲା। ସେ ଢେଙ୍କାନାଳ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କଠାରୁ କର୍ମଜୀବୀ ସାମ୍ବାଦିକ କଲ୍ୟାଣ ପାଣ୍ଠି ବିଷୟରେ ଜାଣିବାକୁ ପାଇଥିଲେ। ଏ ନେଇ ସେ ଆବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ଏହି ବିଷୟରେ ଅବଗତ ହେବାପରେ ତୁରନ୍ତ କଲ୍ୟାଣ ପାଣ୍ଠି ଯୋଜନାରେ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି। ଏହି ଅବସରରେ ମଙ୍ଗରାଜ ସରକାରଙ୍କ ତରଫରୁ ଉକ୍ତ ଖବରଦାତାଙ୍କୁ ୨ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ମଙ୍ଗରାଜ କହିଛନ୍ତି, ସ୍ଥାନୀୟ ଏକ ଘରୋଇ ଡାକ୍ତରଖାନାରେ ଖୁବ୍‌ଶୀଘ୍ର ସେହି ଖବରଦାତାଙ୍କ କିଡ୍‌ନୀ ପ୍ରତିରୋପଣ କରାଯିବ। ପରବର୍ତ୍ତୀ ସମୟରେ ସରକାର ଅଧିକ ସହାୟତା ନିମନ୍ତେ ନିଷ୍ପତ୍ତି ନେବେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri