ଖବରଦାତାଙ୍କ ଘର ଉପରକୁ ବୋମା ମାଡ଼

କୋଣାର୍କ/କାକଟପୁର,୨୪ା୪(ଡି.ଏନ.ଏ): ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍‌ଏଏସି ୪ନଂ ୱାର୍ଡର ବାଲିସାହିସ୍ଥିତ ବାସଭବନକୁ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ବିତ ରାତିରେ ବୋମା ମାଡ଼ କରିଛନ୍ତି। ଦୁର୍ବୃତ୍ତମାନେ ୩ଟି ବୋମା ପକାଇଥିବା ଜଣାପଡ଼ିଛି। ଦୁଇଟି ବୋମା ଘର ସମ୍ମୁଖରେ ପଡ଼ିଥିବା ବେଳେ ଗୋଟିଏ ବୋମା ତାଙ୍କ ଗୁହାଳ ଘର ଆଜବେଷ୍ଟସ୍‌ ଉପରେ ପଡିବାରୁ ଆଜବେଷ୍ଟସ୍‌ କିଛି ଅଂଶ ନଷ୍ଟ ହୋଇଯାଇଛି ା ତେବେ ବୋମା ମାଡରେ ପତିଙ୍କ ପରିବାରର କାହାର କିଛି କ୍ଷତି ହୋଇନାହିଁ। ଏହି ସମୟରେ ପତିଙ୍କ ବ୍ୟତୀତ ତାଙ୍କ ବାପା, ମା, ସହଧର୍ମିଣୀ, ଝିଅ ଓ ସାନଭାଇ ଘରେ ଥିଲେ ା ଏ ସମ୍ପର୍କରେ ପତିଙ୍କୁ ତାଙ୍କ ସାନ ଭାଇ ଫୋନ ଯୋଗେ ଜଣାଇବା ପରେ ସେ କୋଣାର୍କ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କୁ ଅବଗତ କରାଇଥିଲେ ା ବୋମା ମାଡ ଶବ୍ଦ ଶୁଣି କୋଣାର୍କ ବଜାରରେ ପାଟ୍ରୋଲିଂ କରୁଥିବା ସମସ୍ତ ରାସ୍ତାକୁ ସିଲ କରି ଦେଇଥିଲେ ା ତେବେ ୩ଜଣ ଦୁର୍ବୃତ୍ତ ବୋମା ମାଡ କରି ଏକ ବାଇକ ଯୋଗେ ଦ୍ରୁତଗତିରେ ଖସି ପଳାଇ ଯାଇଥିଲେ। ମାଧିପୁର ଛକରେ ଡିୟୁଟି କରୁଥିବା ପୋଲିସ କର୍ମଚାରୀ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିବାରୁ ସେମାନେ ଦୁଇଟି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ଖସି ଯାଇଥିଲେ। ପୋଲିସ ସେମାନଙ୍କ ପିଛା କରିଥିଲେ ମଧ୍ୟ ପତ୍ତା ପାଇ ନ ଥିଲା। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଘଟଣାସ୍ଥଳକୁ ପୁରୀ ଅତିରିକ୍ତ ଏସ୍‌ପି ଅରୁଣ କୁମାର ଜେନା, ନିମାପଡା ଏସ୍‌ଡିପିଓ ପ୍ରଦୀପ୍ତ କୁମାର ଦଳାଇ ଓ ସାଇଣ୍ଟିଫିକ୍‌ ଟିମ, ସ୍ପେଶାଲ ସ୍କାଡ୍‌ ପହଞ୍ଚି ତଦନ୍ତ କରିଛନ୍ତି। ବୋମା ମାଡ଼ର କାରଣ ଜଣାପଡ଼ିନାହିଁ। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଗୋପ ତହସିଲଦାର ପୃଥୀରାଜ ମଣ୍ଡଳ, କୋଣାର୍କ ଏନ୍‌ଏଏସି ନିର୍ବାହୀ ଅଧିକାରୀ ଏମ୍‌. ଶ୍ରୀନିବାସ ପ୍ରମୁଖ ଶୁକ୍ରବାର ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ା ଦୁର୍ବୃତ୍ତମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ କୋଣାର୍କ ସାମ୍ବାଦିକ ସଂଘ ସଭାପତି ଜ୍ୟୋତିରାଜ ମହାନ୍ତି ଓ ଷ୍ଟେଟ ୟୁନିୟନ ଜର୍ନାଲିଷ୍ଟ ଆସୋସିଏଶନ ପୁରୀ ଶାଖା ଆବାହାକ ପ୍ରଶାନ୍ତ କୁମାର ସାହୁ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri