ଖବରଦାତାଙ୍କ ଘର ଉପରକୁ ବୋମାମାଡ଼

କୋଣାର୍କ, (ଡି.ଏନ.ଏ)/ପୁରୀ ଅଫିସ, ୨୫ା୪: ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍‌ଏସି ୪ନଂ ୱାର୍ଡର ବାଲିସାହିସ୍ଥିତ ବାସଭବନକୁ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ବିତ ରାତିରେ ବୋମା ମାଡ଼ କରିଛନ୍ତି। ଦୁର୍ବୃତ୍ତମାନେ ୩ଟି ବୋମା ପକାଇଥିବା ଜଣାପଡ଼ିଛି। ଦୁଇଟି ବୋମା ଘର ସମ୍ମୁଖରେ ପଡ଼ିଥିବାବେଳେ ଗୋଟିଏ ବୋମା ତାଙ୍କ ଗୁହାଳ ଘର ଆଜବେଷ୍ଟସ୍‌ ଉପରେ ପଡ଼ିବାରୁ ଆଜବେଷ୍ଟସ୍‌ କିଛି ଅଂଶ ନଷ୍ଟ ହୋଇଯାଇଛି। ତେବେ ବୋମାମାଡରେ ପତିଙ୍କ ପରିବାରର କାହାର କିଛି କ୍ଷତି ହୋଇନାହିଁ। ଏହି ସମୟରେ ପତିଙ୍କ ବ୍ୟତୀତ ତାଙ୍କ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ପତିଙ୍କୁ ତାଙ୍କ ସାନଭାଇ ଫୋନ ଯୋଗେ ଜଣାଇବା ପରେ ସେ କୋଣାର୍କ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କୁ ଅବଗତ କରାଇଥିଲେ। ବୋମା ମାଡ଼ ଶବ୍ଦ ଶୁଣି କୋଣାର୍କ ବଜାରରେ ପାଟ୍ରୋଲିଂ କରୁଥିବା ପୋଲିସ ସମସ୍ତ ରାସ୍ତାକୁ ସିଲ କରି ଦେଇଥିଲା। ମାଧିପୁର ଛକରେ ପାଟ୍ରୋଲିଂ କରୁଥିବା ପୋଲିସ କର୍ମଚାରୀ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିବାରୁ ଦୁର୍ବୃତ୍ତମାନେ ଦୁଇଟି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ଖସି ପଳାଇଥିଲେ। ପୋଲିସ ସେମାନଙ୍କ ପିଛା କରିଥିଲେ ମଧ୍ୟ ପତ୍ତା ପାଇ ନ ଥିଲା। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଶୁକ୍ରବାର ଘଟଣାସ୍ଥଳକୁ ପୁରୀ ଅତିରିକ୍ତ ଏସ୍‌ପି ଅରୁଣ କୁମାର ଜେନା, ନିମାପଡା ଏସ୍‌ଡିପିଓ ପ୍ରଦୀପ୍ତ କୁମାର ଦଳାଇ ଓ ସାଇଣ୍ଟିଫିକ୍‌ ଟିମ, ସ୍ପେଶାଲ ସ୍କାଡ୍‌ ଯାଇ ତଦନ୍ତ କରିଛନ୍ତି। ବୋମା ମାଡ଼ର କାରଣ ଜଣାପଡ଼ିନାହିଁ। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଗୋପ ତହସିଲଦାର ପୃଥୀରାଜ ମଣ୍ଡଳ, କୋଣାର୍କ ଏନ୍‌ଏଏସି ନିର୍ବାହୀ ଅଧିକାରୀ ଏମ୍‌.ଶ୍ରୀନିବାସ ପ୍ରମୁଖ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଦୁର୍ବୃତ୍ତମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ କୋଣାର୍କ ସାମ୍ବାଦିକ ସଂଘ ଦାବି କରିଛି। ସେହିପରି ପୁରୀ ଜିଲା ଖବରଦାତାମାନେ ଏହି ଘଟଣା ନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି। ସେମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ଦାବିପତ୍ର ଦେଇଛନ୍ତି। ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ ଆଦି ବିଭିନ୍ନ ଦାବି ଏଥିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri