ଖବରଦାତା-ଆଇନଜୀବୀ ମୁହଁ।ମୁହିଁ ଭିଡିଓ ଭାଇରାଲ ଘଟଣା: ଥାନାରେ ମାମଲା ରୁଜୁ

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ଖଣ୍ଡପଡ଼ା କୋର୍ଟ ପରିସରରେ ଗୁରୁବାର ଜଣେ ଖବରଦାତା ଓ ଜଣେ ଆଇନଜୀବୀଙ୍କ ମଧ୍ୟରେ ମୁହଁ।ମୁହିଁ ହୋଇଥିବାର ଭିଡିଓ ଭାଇରାଲ୍‌ ହୋଇଛି। ଉକ୍ତ ଭିଡିଓରେ କୌଣସି ଏକ ଘଟଣାକୁ କେନ୍ଦ୍ର କରି ଆଇନଜୀବୀ ଓ ଖବରଦାତାଙ୍କ ମଧ୍ୟରେ ଯୁକ୍ତିତର୍କ ହେଉଥିବାର ଦେଖିବାକୁ ମିଳିଛି। ପରେ ସେମାନେ ଆକ୍ରମଣ ପ୍ରତିଆକ୍ରମଣ କରୁଥିବାର ଦେଖାଯାଇଛି। ସେଠାରେ ଉପସ୍ଥିତ ଥିବା ଲୋକେ ଘଟଣାରେ ହସ୍ତକ୍ଷେପ କରିବାରୁ ଉଭୟ ଏଥିରୁ ନିବୃତ୍ତ ହୋଇଥିଲେ। ଏ ନେଇ ଖଣ୍ଡପଡ଼ା ଥାନାରେ ଉଭୟଙ୍କ ପକ୍ଷରୁ ଅଭିଯୋଗ କରାଯାଇଥିଲା। ଖବରଦାତାଙ୍କ ଅଭିଯୋଗକ୍ରମେ ଥାନାରେ ୧୮୧/୧୯ରେ ମାମଲା ରୁଜୁ ହୋଇଥିବାବେଳେ ଆଇନଜୀବୀଙ୍କ ଅଭିଯୋଗକ୍ରମେ ୧୮୨/୧୯ରେ ମାମଲା ରୁଜୁ ହୋଇଛି। ସେହିପରି ସମ୍ପୃକ୍ତ ଖବରଦାତାଙ୍କ ସ୍ତ୍ରୀ ଶୁକ୍ରବାର ଆଇନଜୀବୀଙ୍କ ଘର ଆଗରେ ଯାଇ ଗାଳି ଗୁଲଜ କରିଥିବା ସମ୍ପୃକ୍ତ ଆଇନଜୀବୀ ଖଣ୍ଡପଡା ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ଖବରଦାତାଙ୍କ ସ୍ତ୍ରୀଙ୍କ ବିରୋଧରେ ୧୮୪/୧୯ରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri