ଖବରଦାତା ନିର୍ଭୀକ ହୋଇ ଖବର ପରିବେଷଣ କରନ୍ତୁ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଦୈନିକ ଖବରକାଗଜ ସ୍ବାଧିକାରର ୭ମ ବାର୍ଷିକୋତ୍ସବ ଉପଲକ୍ଷେ ଗୁରୁବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଧିକାର ସ୍ବନକ୍ଷତ୍ର ବିଶେଷାଙ୍କକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ବାଧିକାରର ଉନ୍ନତି ସହ ଶୁଭକାମନା କରିଛନ୍ତି। ସ୍ବନକ୍ଷତ୍ର ଉତ୍ସବ ଉପଲକ୍ଷେ ପୂର୍ବାହ୍ନରେ ସୂଚନା ଭବନରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଖବରଦାତାମାନେ ନିର୍ଭୀକ ହୋଇ ଖବର ପରିବେଷଣ କରିବାକୁ ଅତିଥିମାନେ ମତ ଦେଇଥିଲେ। ବର୍ତ୍ତମାନ ସମଗ୍ର ଦେଶରେ ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ଯେଉଁ ଅବକ୍ଷୟ ଘଟୁଛି, ଏଭଳି ପରିସ୍ଥିତିରେ ଖବରକାଗଜଗୁଡ଼ିକ ଏହା ବରୋଧରେ ସ୍ବରୋତ୍ତୋଳନ କରନ୍ତୁ ବୋଲି ଆହ୍ବାନ ଦିଆଯାଇଛି। କାର୍ଯ୍ୟକ୍ରମରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ସୁଶାନ୍ତ ସିଂ, ସୂଚନା ଓ ଲୋକସମ୍ପର୍କ ଏବଂ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ପରାମର୍ଶଦାତା ମାନସ ରଞ୍ଜନ ମଙ୍ଗରାଜ, ରାଜ୍ୟ ସରକାରଙ୍କ ‘ମୋ ପରିବାର’ର ଆବାହକ ତଥା ପୂର୍ବତନ ମୁମ୍ବାଇ ପୋଲିସ କମିଶନର ଅରୂପ ପଟ୍ଟନାୟକ, ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଏବଂ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ପ୍ରମୁଖ ଅତିଥିଭାବେ ଯୋଗଦେଇଥିଲେ। ସ୍ବାଧିକାରର ସମ୍ପାଦକ ଅକ୍ଷୟ କୁମାର ପତି ଖବରକାଗଜର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ଲାଭ କରିଥିବା ବ୍ୟକ୍ତିତ୍ୱଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri